Masthead

କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ମନ୍ତବ୍ୟ ହାସ୍ୟାସ୍ପଦ : ସସ୍ମିତ ପାତ୍ର

ଭୁବନେଶ୍ୱର(ବଡ ଖବର ବ୍ୟୁରୋ): ମନ୍ତ୍ରୀ ନବ ଦାସଙ୍କ ହତ୍ୟାକୁ ନେଇ ରାଜନୀତି କରୁଛି ବିଜେପି । ମନ୍ତୀଙ୍କ ହତ୍ୟା ଭଳି ସମ୍ବେଦନଶୀଳ ପ୍ରସଙ୍ଗରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଦେଇଥିବା ମତ ହାସ୍ୟାସ୍ପଦ । ଜଣେ କେନ୍ଦ୍ରମନ୍ତ୍ରୀଙ୍କ ନିକଟରୁ ଏଭଳି ବୟାନ ଆସା କରାଯାଏନାହିଁ ବୋଲି କହିଛନ୍ତି ବିଜେଡି ମୁଖପାତ୍ର ସସ୍ମିତ ପାତ୍ର । ଏକ ସାମ୍ବାଦିକ ସମ୍ମୀଳନି କରି ଶ୍ରୀ ଦାସ କହିଛନ୍ତି ବିଜେପି ଶାସିତ ରାଜ୍ୟରେ ଅନେକ ଘଟଣା ଘଟୁଛି । କେଉଁଟି ପୋଲ ଭାଙ୍ଗୁଛି ତ ଆଉ କେଉଁଠି ମଦ ମୃତ୍ୟୁ ହେଉଛି । ଏହାଛଡ଼ା ବିଜେପି ଶାସିତ ରାଜ୍ୟରେ ମହିଳାଙ୍କ ପ୍ରତି ଅପରାଧ ବୃଦ୍ଧି ପାଇବାରେ ଲାଗିଛି । ଏହି ଘଟଣାରେ ଦିନେ ମାତ୍ର ମୁହଁ ଖୋଲୁନଥିବା କେନ୍ଦ୍ରମନ୍ତ୍ରୀ ଓଡ଼ିଶାରେ ହତ୍ୟା ମାମଲାରେ ରାଜନୀତି କରୁଛନ୍ତି । ସୂଚନା ଥାଉକି ଗତ ୨୯ତାରିଖରେ ସ୍ୱାସ୍ଥ୍ୟମନ୍ତ୍ରୀ ନବ ଦାସଙ୍କୁ ଝାଡସୁଗୁଡା ଗାନ୍ଧିନଗର ଥାନା ଅଧିକାରୀ ଗପାଳ ଦାସ ଗୁଳି କରି ହତ୍ୟା କରିଥିଲା । ଏହି ହତ୍ୟା ଘଟଣାର ତଦନ୍ତ କରୁଛି କ୍ରାଇମବ୍ରାଞ୍ଚଟିମ । ଯାହାର ତଦାରଖ କରୁଛନ୍ତି ହାଇକୋର୍ଟର ଅବସରପ୍ରାପ୍ତ ବିଚାରପତି ।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା 🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା