ନବ ଦାସ ହତ୍ୟା ମାମଲା, ହୋଇପାରେ ସିନ୍ ରିକ୍ରିଏସନ୍

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ନବ ଦାସ ହତ୍ୟା ମାମଲା । ଆଜି ଅଭିଯୁକ୍ତ ଗୋପାଳ ଦାସଙ୍କର ହୋଇପାରେ ସିନ୍ ରିକ୍ରିଏସନ । କ୍ରାଇମସ୍ପଟକୁ ଗୋପାଳଙ୍କୁ ନେଇ ସିନ୍ ରିକ୍ରିଏସନ କରିବ କ୍ରାଇମବ୍ରାଞ୍ଚ । ଏହି ସମୟରେ ଗୁଜରାଟ ଗାନ୍ଧୀନଗରରୁ ଆସିଥିବା ଏକ ଫରେନସିକ୍ ଟିମ୍ ଘଟଣାସ୍ଥଳରେ ଉପସ୍ଥିତ ରହିବ । ସେପଟେ ମନ୍ତ୍ରୀ ନବ ଦାସଙ୍କ ହତ୍ୟାକୁ ପୁରିଲାଣି ୧୦ ଦିନ । ହେଲେ ହତ୍ୟାର କାରଣ ଏଯାଏ ଅସ୍ପଷ୍ଟ ହୋଇ ରହିଛି। ଅଭିଯୁକ୍ତ ଗୋପାଳ ଦାସଙ୍କୁ ବିଭିନ୍ନ ସ୍ଥାନରେ ରଖି ତଦନ୍ତକାରୀ ଟିମ୍ ଜେରା କରୁଛି । କିନ୍ତୁ ଅଧିକ ତଦନ୍ତ ପାଇଁ ରାଜ୍ୟ ବାହାରୁ ଆସିଛନ୍ତି ୪ ଜଣିଆ ଟିମ୍ । ଝାରସୁଗୁଡ଼ାରେ ଯାଇ ଅଧିକ ତଦନ୍ତ କରିବେ ୪ ଜଣିଆ ଟିମ୍ ।

ଅନ୍ୟପଟେ ଅଭିଯୁକ୍ତ ଗୋପାଳକୁ ରଖା ଯାଇଥିବା ଓଏସ୍ଏପି ଦ୍ୱିତୀୟ ବାଟାଲିୟନ ପରିସରକୁ ପୁଲିସ ଜଗି ରହିଥିବାବେଳେ ଭିତରକୁ କାହାକୁ ଛଡ଼ା ଯାଉନାହିଁ । ରାତି ୧୨ଟାରେ ପୁଲିସ ଫୋର୍ସ ସହିତ ଗୋପାଳକୁ ଓଏସ୍ଏପି ଦ୍ୱିତୀୟ ବାଟାଲିୟନ ପରିସରରୁ ବାହାର କରି ନିକଟସ୍ଥ ତାଲପଟିଆ ଗାଁ ଭିତରେ ଥିବା ଏକ କ୍ଲବ୍ ଘରେ ରଖାଯାଉଥିବା ଜଣାଯାଇଛି । ସେଠାରେ ତାକୁ ଜେରା କରାଯାଉଥିବା ନେଇ କୁହାଯାଉଥିବା ବେଳେ ସକାଳ ହେବା ପୂର୍ବରୁ ପୁଣି କଡ଼ା ସୁରକ୍ଷାରେ ତାକୁ ନେଇ ଓଏସ୍ଏପି ଦ୍ୱିତୀୟ ବାଟାଲିୟନରେ ଦିନ ତମାମ ରଖାଯାଉଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ