Masthead

ରାତି ୧୦ଟାରେ ଉଠିବ ମହାଦୀପ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଆସନ୍ତା ୧୮ରେ ମହାଶିବରାତ୍ରି । ଶିବ ମନ୍ଦିରରେ ଲାଗିବ ଭକ୍ତଙ୍କ ଭିଡ଼ । ମହାପ୍ରଭୁ ଶ୍ରୀଲିଙ୍ଗରାଜଙ୍କ ଜାଗର ଯାତ୍ରାର ସୁପରିଚାଳନା ପାଇଁ ମଙ୍ଗଳବାର ସର୍କିଟ ହାଉସରେ ଜିଲ୍ଲାପାଳ କେ ସୁଦର୍ଶନ ଚକ୍ରବର୍ତ୍ତୀଙ୍କ ଅଧ୍ୟକ୍ଷତାରେ ଶେଷ ହୋଇଛି ସମନ୍ୱୟ କମିଟି ବୈଠକ ମନ୍ଦିର ପ୍ରଶାସନ ପକ୍ଷରୁ ସ୍ଥିରୀକୃତ ନୀତିନିର୍ଘଣ୍ଟ ଅନୁଯାୟୀ ଭୋର ୩ଟାରୁ ୩ଟା ୩୦ ମଧ୍ୟରେ ମଙ୍ଗଳ ଆଳତି, ୩ଟା ୩୦ରୁ ପୂର୍ବାହ୍ନ ୧୧ଟା ପର୍ଯ୍ୟନ୍ତ ସାହାଣମେଲା ଦର୍ଶନ ପରେ ଅନ୍ୟାନ୍ୟ ନୀତି ହୋଇ ରାତି ୧୦ଟାରେ ମହାଦୀପ ମନ୍ଦିର ଚୂଡ଼ାକୁ ଉଠାଯିବା ନେଇ ସ୍ଥିର ହୋଇଛି।

ଶିବରାତ୍ରିରେ ମନ୍ଦିର ଭିତରକୁ ମୋବାଇଲ, କ୍ୟାମେରା ନେବା ଉପରେ କଟକଣା କରାଯାଇଛି। ଏନେଇ ଡାକବାଜି ଯନ୍ତ୍ର ମାଧ୍ୟମରେ ଘୋଷଣା କରାଯିବ। ଏଥିସହ ଅସ୍ଥାୟୀ ଚପଲ ଷ୍ଟାଣ୍ଡ ସଂଖ୍ୟା ବୃଦ୍ଧି କରାଯିବ। ନୂତନ ଭାବେ ନିର୍ବାଚିତ କର୍ପୋରେଟର ନିଜ ଅଞ୍ଚଳର କର୍ମକର୍ତ୍ତାଙ୍କୁ ଦୃଷ୍ଟିରେ ରଖି ପାସ୍‌ ସଂଖ୍ୟା ବଢ଼ାଇବାକୁ ଦାବି କରିଥିଲେ। ଏହି ପ୍ରସ୍ତାବକୁ ଅନ୍ୟ ଏକ ଅନ୍ତରୀଣ ବୈଠକରେ ସ୍ଥିର କରାଯିବାକୁ କୁହାଯାଇଥିଲା।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ