Masthead

ହିଣ୍ଡେନବର୍ଗ ବିରୋଧରେ ସୁପ୍ରିମ ଶୁଣାଣି

ନୂଆଦିଲ୍ଲୀ(ବଡ଼ ଖବର ବ୍ୟୁରୋ): ହିଣ୍ଡେନବର୍ଗ ରିପୋର୍ଟ ବିରୋଧରେ ଶୁଣାଣି । ଆଦାନୀ ଗ୍ରୁପ ଉପରେ ହିଣ୍ଡେନବର୍ଗ ରିସର୍ଚ୍ଚ ରିପୋର୍ଟ ବିରୋଧରେ ଶୁଣାଣି କରିବେ ସୁପ୍ରିମକୋର୍ଟ । ଶୁକ୍ରବାର ଏହାର ଶୁଣାଣି କରାଯିବ ।ଗୌତମ ଆଦାନୀଙ୍କ ବ୍ୟବସାୟିକ ସାମ୍ରାଜ୍ୟ ଦୋହଲି ଯାଇଥିବା ବେଳେ ତାଙ୍କ ବିରୋଧରେ ତଦନ୍ତ କରିବାକୁ ବିଭୀନ୍ନ ମହଲରେ ଦାବି ହୋଇଛି । ବିରୋଧୀ କଂଗ୍ରସ ସମେତ ଅନେକ ଦଳ ଓ ସଂସ୍ଥା ଆଦାନୀ ଗ୍ରୁପ ବାବଦରେ ତଦନ୍ତ କରିବାକୁ ଦାବି କରିଛନ୍ତି ।

ଆଇନଜୀବୀ ବିଶାଲ ତିୱାରୀଙ୍କ ପକ୍ଷରୁ ହିଣ୍ଡେନବର୍ଗ ରିପୋର୍ଟ ବିରୋଧରେ ତଦନ୍ତ ପାଇଁ ସୁପ୍ରିମକୋର୍ଟରେ ପିଟିସନ୍ ଦାଖଲ କରାଯାଇଥିଲା । ତୁରନ୍ତ ଏହି ଘଟଣାର ଶୁଣାଣି କରିବାକୁ ଅନୁରୋଧ କରିଥିଲେ ଆଇନଜୀବୀ । ପ୍ରଧାନ ବିଚାରପତି ଜଷ୍ଟିସ୍ ଡି.ୱାଇ. ଚନ୍ଦ୍ରଚୂଡଙ୍କ ଅଧ୍ୟକ୍ଷତାରେ ଏକ ବେଞ୍ଚ ଏହି ମାମଲାର ଶୁଣାଣି କରିବାକୁ ଅନୁରୋଧ କରାଯାଇଥିଲା । ହିଣ୍ଡେନବର୍ଗ ରିସର୍ଚ୍ଚ ରିପୋର୍ଟ ବିରୋଧରେ ୨ଟି ପିଟିସନ୍ ଦାଖଲ ହୋଇଥିଲା । ଅନ୍ୟଟି ଆଇନଜୀବୀ ଏମଏଲ ଶର୍ମା ଦାଖଲ କରିଥିଲେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ