Masthead

ଅଶ୍ୱିନୀ ଓ ଜାଡେଜାଙ୍କୁ ସାମ୍ନା କରିପାରିଲାନି କଙ୍ଗାରୁ

ନାଗପୁର (ବଡ଼ ଖବର ବ୍ୟୁରୋ): ଆରମ୍ଭ ହୋଇଛି ବିଶ୍ୱ ଟେଷ୍ଟ କ୍ରିକେଟର ମହାକୁମ୍ଭ ବର୍ଡର ଗାଭାସ୍କର ଟ୍ରଫି । ସାମ୍ନାସାମ୍ନି ହେଉଛନ୍ତି ବିଶ୍ୱ କ୍ରିକେଟ ଜଗତର ଦୁଇ ମହାଶକ୍ତି । ଭାରତର ନାଗପୁରରେ ଆରମ୍ଭ ହୋଇଥିବା ପ୍ରଥମ ଟେଷ୍ଟରେ କଙ୍ଗାରୁ ଦଳ ଟସ ଜିତି ପ୍ରଥମେ ବ୍ୟାଟିଂ ନିଷ୍ପତ୍ତି ନେଇଥିଲା । ହେଲେ ବଡ ସ୍କୋର କରିବାରେ ବିଫଳ ହୋଇଛି ଅଷ୍ଟ୍ରେଲିଆ । ରବିନ୍ଦ୍ର ଜାଡେଜା ଓ ଅଶ୍ୱିନୀଙ୍କ ସ୍ପିନ ଯୋଡିକୁ ସାମ୍ନା କରିପାରିନଥିଲା ଦଳ । ଫଳରେ ଅଷ୍ଟ୍ରେଲିଆ ୬୩ ଓଭର ୫ଟି ବଲ ଖେଳି ୧୭୭ ରନ ସଂଗ୍ରହ କରି ସମସ୍ତ ୱିକେଟ ହରାଇଥିଲା।

ପ୍ରଥମେ ବ୍ୟାଟିଂ କରିଥିବା ଅଷ୍ଟ୍ରେଲିଆ ଆରମ୍ଭରୁ ବ୍ୟାଟିଂ ବିପର୍ୟ୍ୟର ସାମ୍ନା କରିଥିଲା । ଦଳ ପକ୍ଷରୁ ଲାବ୍ରୁସେନ ୪୯, ଷ୍ଟିଭେନ ସ୍ମିଥ ୩୭, ଆଲେକ୍ସ କ୍ୟାରି ୩୬ ଓ ହାଣ୍ଡସକୋମ୍ବ ୩୧ ରନ କରିଥିଲେ । ଫଳରେ ଦଳ ୬୩ ଓଭର ୫ଟି ବଲ ଖେଳି ୧୭୭ ରନରେ ଅଲ ଆଉଟ ହୋଇଯାଇଥିଲା । ସେହିପରି ଭାରତ ପକ୍ଷରୁ ରବିନ୍ଦ୍ର ଜାଡେଜା ୫, ଅଶ୍ୱିନୀ ୩, ସାମି ଓ ସିରାଜ ଗୋଟିଏ ଲେଖାଏଁ ୱିକେଟ ନେଇଥିଲେ । ଲଞ୍ଚ ବ୍ରେକ ପରେ ବ୍ୟାଟିଙ୍ଗ ଆରମ୍ଭ କରିଛି ଟିମ ଇଣ୍ଡିଆ । ଶେଷ ଖବର ସୁଦ୍ଧା ୨୦ ଓଭରରେ ବିନା କୌଣସି ୱିକେଟ ହରାଇ ୬୦ ରନ ସଂଗ୍ରହ କରିଛି ଟିମ ଇଣ୍ଡିଆ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ