Masthead

କୋଭିଡ୍ ଟେଷ୍ଟି ଲାଗି ଅନୁଗୁଳ ମୁଖ୍ୟ ଚିକିତ୍ସାଳୟରେ ପ୍ରବଳ ଭିଡ଼

ଅନୁଗୁଳ (ବଡ଼ ଖବର ବ୍ୟୁରୋ): ରାଜ୍ୟରେ ହୁ ହୁ ହୋଇ ବଢ଼ିବାରେ ଲାଗିଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା । ଏଥିରୁ ବାଦ ପଡ଼ିନାହିଁ ଅନୁଗୁଳ ଜିଲ୍ଲା । ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଟେଷ୍ଟିଂ ପାଇଁ ଲାଗୁଛି ପ୍ରବଳ ଭିଡ଼ । ସୀମିତ ସଂଖ୍ୟକ ଟେଷ୍ଟ ହେଉଥିବାରୁ ଲୋକଙ୍କ ମଧ୍ୟରେ ଦେଖାଦେଉଛି ଅସନ୍ତୋଷ । ସକାଳୁ ଲୋକେ ଲାଇନରେ ଠିଆ ହେଉଥିବା ମଧ୍ୟ ଦେଖିବାକୁ ମିଳୁଛି । ଜିଲ୍ଲାରେ ୮୩ ହଜାର ୫୮୬ ସମ୍ପଲ ଟେଷ୍ଟ ସରିଥିବା ବେଳେ ୫ ହଜାର ୪୨୦ ଜଣଙ୍କ ରିପୋର୍ଟ ପଜିଟିଭ ଆସିଛି । ୯ଜଣଙ୍କ ମୃତ୍ୟୁ ହୋଇଛି । ଏହାକୁ ଦୃଷ୍ଟିରେ ରଖି ଜିଲ୍ଲା ସଦରମହକୁମାରେ ଥିବା ବ୍ୟବସାୟୀମାନେ ଆସନ୍ତା ୧୦ ତାରିଖଠାରୁ ସକାଳ ୭ରୁ ଅପରାହ୍ଣ ୨ଟା ପର୍ଯ୍ୟନ୍ତ ଦୋକାନ ଖୋଲିବାକୁ ନିଷ୍ପତ୍ତି ନେଇଛନ୍ତି । ଏନେଇ ବ୍ୟବସାୟୀ ସଂଘ ଜିଲ୍ଲାପାଳଙ୍କ ସହ ଆଲୋଚନା କରିଛି । ବ୍ୟବସାୟୀ ସଂଘର ଏହି ନିଷ୍ପତ୍ତିକୁ ସାଧାରଣରେ ସ୍ୱାଗତ କରାଯାଉଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା 🔴 ଓଏଏସ ଅଧିକାରୀଙ୍କ ଘରେ ଭିଜିଲାନ୍ସର ଚଢ଼ାଉ 🔴 ଇରାନ ବୈଦେଶିକ ମନ୍ତ୍ରୀଙ୍କ ସହ କଥା ହେଲେ ଜୟଶଙ୍କର 🔴 ବିମାନ ଭଡ଼ାରେ ପ୍ରାୟ ୧୫ ପ୍ରତିଶତ ବୃଦ୍ଧି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା 🔴 ଓଏଏସ ଅଧିକାରୀଙ୍କ ଘରେ ଭିଜିଲାନ୍ସର ଚଢ଼ାଉ 🔴 ଇରାନ ବୈଦେଶିକ ମନ୍ତ୍ରୀଙ୍କ ସହ କଥା ହେଲେ ଜୟଶଙ୍କର 🔴 ବିମାନ ଭଡ଼ାରେ ପ୍ରାୟ ୧୫ ପ୍ରତିଶତ ବୃଦ୍ଧି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ