ଝାଡ଼ଖଣ୍ଡର ପୂର୍ବତନ ମୁଖ୍ୟମନ୍ତ୍ରୀ ଶିବୁ ସୋରେନ ହସ୍ପିଟାଲରେ ଭର୍ତ୍ତି

ଝାଡ଼ଖଣ୍ଡ(ବଡ଼ ଖବର ବ୍ୟୁରୋ): ପୂର୍ବତନ ଝାଡଖଣ୍ଡର ମୁଖ୍ୟମନ୍ତ୍ରୀ ତଥା ଝାଡଖଣ୍ଡ ମୁକ୍ତି ମୋର୍ଚ୍ଚାର ମୁଖ୍ୟ ଶିବୁ ସୋରେନ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି। ନିଶ୍ବାସ ନେବାରେ ଅସୁବିଧା ହେବା କାରଣରୁ ତାଙ୍କୁ ରାଞ୍ଚିର ମେଦାନ୍ତ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଏକ ଡାକ୍ତରୀ ଟିମ ଶ୍ରୀ ସୋରେନଙ୍କ ସ୍ବାସ୍ଥ୍ୟର ପରୀକ୍ଷା କରି ଚିକିତ୍ସା ଆରମ୍ଭ କରିଛି । ଶିବୁ ସୋରେନ ଝାଡ଼ଖଣ୍ଡର ଦୁଇଥର ମୁଖ୍ୟମନ୍ତ୍ରୀ ଭାବରେ କାର୍ଯ୍ୟ ତୁଳାଇଛନ୍ତି ।

ପ୍ରଥମ ଥର ପାଇଁ ୨୦୦୫ରେ ମୁଖ୍ୟମନ୍ତ୍ରୀ ହୋଇଥିଲେ ଶିବୁ ସୋରେନ । କିନ୍ତୁ ବିଧାନସଭାରେ ସଂଖ୍ୟାଗରିଷ୍ଠତା ହାସଲ କରିବାରେ ବିଫଳ ହେବାରୁ ତାଙ୍କୁ କାର୍ଯ୍ୟଭାର ଗ୍ରହଣ କରିବାର ମାତ୍ର ୯ ଦିନ ମଧ୍ୟରେ ପଦ ଛାଡିବାକୁ ପଡିଥିଲା। ପରେ ସେ ପୁନର୍ବାର ନିର୍ବାଚିତ ହୋଇ ୨୦୦୮ରେ ମୁଖ୍ୟମନ୍ତ୍ରୀ ହୋଇଥିଲେ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ