Masthead

ଓଡ଼ିଶା ଆସୁଛନ୍ତି ମହାମହିମ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ ): ଆଜିଠୁ ଦୁଇ ଦିନିଆ ଓଡ଼ିଶା ଗସ୍ତରେ ମହାମହିମ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ରାଷ୍ଟ୍ରପତିଙ୍କ ଗସ୍ତକୁ ଦୃଷ୍ଟିରେ ରଖି ହାଇ ଆଲର୍ଟରେ ଟୁଇନସିଟି । ବସଷ୍ଟାଣ୍ଡ, ଷ୍ଟେସନ, ଏୟାରପୋର୍ଟ ଆଦି ସ୍ଥାନ ଉପରେ ରହିଛି କଡା ନଜର । ସକାଳ ୧୧ଟା ୫୫ ମିନିଟରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସ୍ୱତନ୍ତ୍ର ବାୟୁସେନା ବିମାନ ଯୋଗେ ପହଂଚିବା ପରେ ପୂର୍ବାହ୍ନରେ ଉତ୍କଳ ମଣ୍ଡପ ଠାରେ ଜ୍ଞାନପ୍ରଭା ମିଶନର ପ୍ରତିଷ୍ଠା ଦିବସରେ ଯୋଗ ଦେବେ । ଅପରାହ୍ନ ୪ଟା ୧୫ରେ ରମାଦେବୀ ମହିଳା ବିଶ୍ୱ ବିଦ୍ୟାଳୟର ଦ୍ୱିତୀୟ ସମାବର୍ତନ ଉତ୍ସବରେ ସାମିଲ ହେବେ । ରମାଦେବୀର ସମାବର୍ତନ ଉତ୍ସବରେ ରାଷ୍ଟ୍ରପତି ଦୀକ୍ଷାନ୍ତ ଭାଷଣ ଦେବେ ।

ଏହି କାର୍ୟ୍ୟକ୍ରମରେ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ, ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, କେନ୍ଦ୍ର ଶିକ୍ଷାମନ୍ତ୍ରୀ, ଉଚ୍ଚଶିକ୍ଷା ମନ୍ତ୍ରୀ, ଉଚ୍ଚଶିକ୍ଷା ସଚିବ, ମନ୍ତ୍ରୀ ଅଶୋକ ଚନ୍ଦ୍ର ପଣ୍ଡା ଉପସ୍ଥିତ ରହିବେ । ଏହି ଅବସରରେ ୨୨ ଜଣଙ୍କୁ ସ୍ୱର୍ଣ୍ଣପଦକ ଓ ୪ ଜଣଙ୍କୁ ସମ୍ମାନ ସୂଚକ ଉପାଧି ପ୍ରଦାନ କରାଯିବ । ଏହାସହ ୭ ହଜାର ୪୩୦ ଜଣ ଛାତ୍ରୀଙ୍କୁ ମିଳିବ ଡିଗ୍ରୀ ସାର୍ଟିଫିକେଟ । କାର୍ୟ୍ୟକ୍ରମରେ ରାଷ୍ଟ୍ରପତିଙ୍କ ୩୦ଜଣ ସହପାଠୀନୀ ଉପସ୍ଥିତ ରହିବେ ।ସେହିପରି ୧୧ ତାରିଖରେ ଲିଙ୍ଗରାଜ ମନ୍ଦିରକୁ ଯାଇ ମହାପ୍ରଭୁଙ୍କୁ ଦର୍ଶନ କରିବେ । ରାଷ୍ଟ୍ରପତିଙ୍କ ଗସ୍ତ ସମୟରେ ସୀମିତ ସମୟ ପାଇଁ ସର୍ବସାଧାରଣଙ୍କ ଦର୍ଶନ ବନ୍ଦ ରହିବ । ପରେ କଟକ ଗସ୍ତ କରି ବିଦ୍ୟାଧରପୁର ସ୍ଥିତ ଧାନ ଗବେଷଣା ପ୍ରତିଷ୍ଠାନରେ ଆୟୋଜିତ ଦ୍ୱିତୀୟ ଜାତୀୟ ଧାନ କଂଗ୍ରେସ ସମ୍ମିଳନୀକୁ ଉଦଘାଟନ କରିବେ ରାଷ୍ଟ୍ରପତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼ 🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼