Masthead

ତୁର୍କୀ, ସିରିଆ ଭୂମିକମ୍ପ: ମୃତ୍ୟୁ ସଂଖ୍ୟା ୨୪ହଜାରକୁ ବୃଦ୍ଧି

ନୂଆଦିଲ୍ଲୀ(ବଡ଼ ଖବର ବ୍ୟୁରୋ): ପ୍ରଳୟଙ୍କାରୀ ଭୂମିକମ୍ପରେ ଛାରଖାର ହୋଇଛି ତୁର୍କୀ, ସିରିୟା । ମୃତ୍ୟୁସଂଖ୍ୟା ୨୪ହଜାର ରୁ ଅଧିକ ହୋଇଛି । ମୃତ୍ୟୁସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି । ଏବେବି ଧ୍ୱଂସ ସ୍ତୁପ ତଳେ ଫସି ରହିଥିବା ଆହତ, ମୃତକଙ୍କୁ ଖୋଜା ଚାଲିଛି । ଭୂମିକମ୍ପ ପରେ ତୁର୍କୀରେ ଏବେ ହାଡଭଙ୍ଗା ଶୀତ ମାଡିବସିଛି । ଭାରତ ସମେତ ଅନେକ ଦେଶ ତୁର୍କୀ ଏବଂ ସିରିଆକୁ ସହାୟତା ଏବଂ ରିଲିଫ ସାମଗ୍ରୀ ପଠାଇଛନ୍ତି । ଭାରତ ପକ୍ଷରୁ ଖାଦ୍ୟ, ମେଡିସିନ ଏବଂ ଅନ୍ୟାନ୍ୟ ସହାୟତା ପଠାଇଛି । ୨୪ହଜାର ୪ଶହ ଜରୁରୀ କର୍ମଚାରୀ ଉଦ୍ଧାର କାର୍ଯ୍ୟରେ ନିୟୋଜିତ ଅଛନ୍ତି ।

ଭୂମିକମ୍ପରେ କେବଳ ତୁର୍କୀରେ ପାଖାପାଖି ୬ହଜାର ବିଲ୍ଡିଂ ଭୁଶୁଡି ପଡିଛି । ୬୦ହଜାର ହଜାରରୁ ଅଧିକ ଆହତ ହୋଇଛନ୍ତି । ଭୂମିକମ୍ପରେ ୮କୋଟି ୫୦ଲକ୍ଷ ଲୋକ ପ୍ରଭାବିତ ହୋଇଛନ୍ତି ।ସେହିଭଳି ସିରିଆ ଗଣମାଧ୍ୟମ ରିପୋର୍ଟ ଅନୁଯାୟୀ ଭୂମିକମ୍ପରେ ୪ହଜାରରୁ ଅଧିକ ଲୋକ ପ୍ରାଣ ହରାଇଥିବା ବେଳେ ତୁର୍କୀର ସମସ୍ତ ପ୍ରଭାବିତ ଅଞ୍ଚଳରେ ଉଦ୍ଧାର କାର୍ଯ୍ୟ ଜାରି ରହିଛି । ଭୂମିକମ୍ପର ୭୨ ଘଣ୍ଟା ପରେ ଲୋକ ଭଗ୍ନାବଶେଷ ତଲେ ଚାପି ହୋଇ ରହିଛନ୍ତି । ଭୂମିକମ୍ପରେ ଘରଦ୍ୱାର ହରାଇଥିବା ଲୋକେ ଏବେ ଶୀତ କାକରରେ ଆଶ୍ରୟ ନେଇଛନ୍ତି । ଦୁଇ ଦେଶରେ ବ୍ୟାପକ କ୍ଷୟକ୍ଷତି ଘଟିଛି । ଭୂମିକମ୍ପ ଜନିତ ମୃତ୍ୟୁସଂଖ୍ୟା ୮ଗୁଣା ବଢିପାରେ ବୋଲି ବିଶ୍ୱ ସ୍ୱାସ୍ଥ୍ୟ ସଙ୍ଗଠନ ପୂର୍ବାନୁମାନ କରିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବଢ଼ୁଛି ଡାଇରିଆ ମୃତ୍ୟୁ ସଂଖ୍ୟା, ପୁଣି ଆଉ ଜଣଙ୍କ ମୃତ୍ୟୁ 🔴 ଦୁଇଦିନ ରାଜ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷା 🔴 ପୁଣି ଶ୍ରୀମନ୍ଦିର ଉପରେ ଉଡ଼ିଲା ଡ୍ରୋନ 🔴 ପିସିଆର୍ ନଜରରୁ ଖସିଲା, ପବ୍ଲିକ୍ ହାତରେ ଫସିଲା 🔴 ଟାଙ୍ଗୀ ବ୍ଲକରେ ବ୍ୟାପୁଛି ଝାଡାବାନ୍ତି 🔴 ପୁଣି ବିମାନରେ ଯାନ୍ତ୍ରିକ ତ୍ରୁଟି 🔴 ୩ ଜିଲାରେ ଅତି ପ୍ରବଳ ବର୍ଷା 🔴 ବନ କର୍ମଚାରୀଙ୍କୁ ମାଡ଼ ଘଟଣା, ଜଣେ ମହିଳା ସମେତ ୮ ଗିରଫ 🔴 ବାଡିକୁ କୁକୁର ପଶିଯିବାରୁ ୮ ବର୍ଷର ଶିଶୁକୁ ନିର୍ମମ ମାଡ଼ 🔴 ସ୍ତ୍ରୀକୁ ଶାବଳରେ ହତ୍ୟା କଲା ସ୍ୱାମୀ 🔴 ବଢ଼ୁଛି ଡାଇରିଆ ମୃତ୍ୟୁ ସଂଖ୍ୟା, ପୁଣି ଆଉ ଜଣଙ୍କ ମୃତ୍ୟୁ 🔴 ଦୁଇଦିନ ରାଜ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷା 🔴 ପୁଣି ଶ୍ରୀମନ୍ଦିର ଉପରେ ଉଡ଼ିଲା ଡ୍ରୋନ 🔴 ପିସିଆର୍ ନଜରରୁ ଖସିଲା, ପବ୍ଲିକ୍ ହାତରେ ଫସିଲା 🔴 ଟାଙ୍ଗୀ ବ୍ଲକରେ ବ୍ୟାପୁଛି ଝାଡାବାନ୍ତି 🔴 ପୁଣି ବିମାନରେ ଯାନ୍ତ୍ରିକ ତ୍ରୁଟି 🔴 ୩ ଜିଲାରେ ଅତି ପ୍ରବଳ ବର୍ଷା 🔴 ବନ କର୍ମଚାରୀଙ୍କୁ ମାଡ଼ ଘଟଣା, ଜଣେ ମହିଳା ସମେତ ୮ ଗିରଫ 🔴 ବାଡିକୁ କୁକୁର ପଶିଯିବାରୁ ୮ ବର୍ଷର ଶିଶୁକୁ ନିର୍ମମ ମାଡ଼ 🔴 ସ୍ତ୍ରୀକୁ ଶାବଳରେ ହତ୍ୟା କଲା ସ୍ୱାମୀ