Masthead

ଅବଦୁର ରେହମାନ ଦୋଷୀ ସାବ୍ୟସ୍ତ

କଟକ (ବଡ଼ ଖବର ବ୍ୟୁରୋ):  କଟକରୁ ଧରାପଡିଥିବା ଆତଙ୍କବାଦୀ ଅବଦୁର ରେହମାନ ଦୋଷୀ ସାବ୍ୟସ୍ତ। ଆତଙ୍କବାଦୀ ଷଡଯନ୍ତ୍ରରେ ଲିପ୍ତ ଥିବା ଅଭିଯୋଗରେ ରେହମାନକୁ ଦୋଷୀ ସାବ୍ୟସ୍ତ କରିଛନ୍ତି ଦିଲ୍ଲୀର ପଟିଆଲା ହାଉସ କୋର୍ଟ। ଦିଲ୍ଲୀ ପୋଲିସର ସୂଚନା ଅନୁସାରେ, କଟକରୁ ଗିରଫ ହୋଇଥିବା ଅବଦୁର ରେହମାନ ବେଆଇନ୍ ଭାବେ ପାକିସ୍ତାନ ଗସ୍ତ କରିଥିଲେ। ସେଠାରେ ରହି ଆତଙ୍କବାଦୀ ଟ୍ରେନିଂ ନେଇଥିଲେ। ଭାରତର ଏହି ଉଗ୍ରବାଦୀ ନେଟୱାର୍କର ପ୍ରସାର ପ୍ରଚାର ଅଭିଯୋଗରେ ଦିଲ୍ଲୀ ପୁଲିସ ଦ୍ୱାରା ଗିରଫ ହୋଇଥିବା ଅବଦୁର ରେହେମାନଙ୍କୁ ଦିଲ୍ଲୀ ପଟିଆଲା ହାଉସ କୋର୍ଟ ଦୋଷୀ ସାବ୍ୟସ୍ତ କରିଛନ୍ତି ।

ପଟିଆଲା ହାଉସ କୋର୍ଟର ଅତିରିକ୍ତ ଦୌରା ଜଜ୍ ମାମଲାରେ ଶୁଣାଣି କରି ଅବଦୁର ରେହେମାନଙ୍କ ସମେତ ଅନ୍ୟ ୪ ଜଣଙ୍କୁ ଦୋଷୀ ସାବ୍ୟସ୍ତ କରିଛନ୍ତି । ଅବଦୁର ରେହେମାନ, ମହମ୍ମଦ ଆସିଫ, ଜାଫର ମାସୁଦ ଓ ଅବଦୁଲ ସାମିଙ୍କୁ ଅନଲଫୁଲ ଆକ୍ଟିଭିଟିଜ୍ ପ୍ରିଭେନସନ ଆକ୍ଟର ଧାରା ୧୮ ଏବଂ ୧୮-ବିରେ ଦୋଷୀ ସାବ୍ୟସ୍ତ କରାଯାଇଛି । ତେବେ ଅଭିଯୁକ୍ତମାନଙ୍କୁ ଦଣ୍ଡାଦେଶ ନେଇ ଆସନ୍ତା ସପ୍ତାହରେ ଶୁଣାଣି ଧାର୍ୟ୍ୟ କରାଯାଇଛି । ଯେଉଁ ଦଫାରେ ଅଭିଯୁକ୍ତମାନଙ୍କୁ ଗିରଫ କରାଯାଇଛି ସେମାନଙ୍କୁ ଆଜୀବନ ସଜ୍ଜା ହୋଇପାରେ ବୋଲି କୁହାଯାଉଛି । ୨୦୧୫ରେ ଦିଲ୍ଲୀ ପୁଲିସର ସ୍ପେଶାଳ ସେଲ ଅବଦୁର ରେହେମାନଙ୍କୁ କଟକ ଜଗତପୁର ଅଂଚଳରୁ ଗିରଫ କରିଥିଲା । ଯାହା ସାରା ରାଜ୍ୟରେ ଚହଳ ସୃଷ୍ଟି କରିଥିଲା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଅଗଷ୍ଟ ୩ରୁ ପୁଣି ବର୍ଷା! 🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ଅଗଷ୍ଟ ୩ରୁ ପୁଣି ବର୍ଷା! 🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ