Masthead

ଅବଦୁର ରେହମାନ ଦୋଷୀ ସାବ୍ୟସ୍ତ

କଟକ (ବଡ଼ ଖବର ବ୍ୟୁରୋ):  କଟକରୁ ଧରାପଡିଥିବା ଆତଙ୍କବାଦୀ ଅବଦୁର ରେହମାନ ଦୋଷୀ ସାବ୍ୟସ୍ତ। ଆତଙ୍କବାଦୀ ଷଡଯନ୍ତ୍ରରେ ଲିପ୍ତ ଥିବା ଅଭିଯୋଗରେ ରେହମାନକୁ ଦୋଷୀ ସାବ୍ୟସ୍ତ କରିଛନ୍ତି ଦିଲ୍ଲୀର ପଟିଆଲା ହାଉସ କୋର୍ଟ। ଦିଲ୍ଲୀ ପୋଲିସର ସୂଚନା ଅନୁସାରେ, କଟକରୁ ଗିରଫ ହୋଇଥିବା ଅବଦୁର ରେହମାନ ବେଆଇନ୍ ଭାବେ ପାକିସ୍ତାନ ଗସ୍ତ କରିଥିଲେ। ସେଠାରେ ରହି ଆତଙ୍କବାଦୀ ଟ୍ରେନିଂ ନେଇଥିଲେ। ଭାରତର ଏହି ଉଗ୍ରବାଦୀ ନେଟୱାର୍କର ପ୍ରସାର ପ୍ରଚାର ଅଭିଯୋଗରେ ଦିଲ୍ଲୀ ପୁଲିସ ଦ୍ୱାରା ଗିରଫ ହୋଇଥିବା ଅବଦୁର ରେହେମାନଙ୍କୁ ଦିଲ୍ଲୀ ପଟିଆଲା ହାଉସ କୋର୍ଟ ଦୋଷୀ ସାବ୍ୟସ୍ତ କରିଛନ୍ତି ।

ପଟିଆଲା ହାଉସ କୋର୍ଟର ଅତିରିକ୍ତ ଦୌରା ଜଜ୍ ମାମଲାରେ ଶୁଣାଣି କରି ଅବଦୁର ରେହେମାନଙ୍କ ସମେତ ଅନ୍ୟ ୪ ଜଣଙ୍କୁ ଦୋଷୀ ସାବ୍ୟସ୍ତ କରିଛନ୍ତି । ଅବଦୁର ରେହେମାନ, ମହମ୍ମଦ ଆସିଫ, ଜାଫର ମାସୁଦ ଓ ଅବଦୁଲ ସାମିଙ୍କୁ ଅନଲଫୁଲ ଆକ୍ଟିଭିଟିଜ୍ ପ୍ରିଭେନସନ ଆକ୍ଟର ଧାରା ୧୮ ଏବଂ ୧୮-ବିରେ ଦୋଷୀ ସାବ୍ୟସ୍ତ କରାଯାଇଛି । ତେବେ ଅଭିଯୁକ୍ତମାନଙ୍କୁ ଦଣ୍ଡାଦେଶ ନେଇ ଆସନ୍ତା ସପ୍ତାହରେ ଶୁଣାଣି ଧାର୍ୟ୍ୟ କରାଯାଇଛି । ଯେଉଁ ଦଫାରେ ଅଭିଯୁକ୍ତମାନଙ୍କୁ ଗିରଫ କରାଯାଇଛି ସେମାନଙ୍କୁ ଆଜୀବନ ସଜ୍ଜା ହୋଇପାରେ ବୋଲି କୁହାଯାଉଛି । ୨୦୧୫ରେ ଦିଲ୍ଲୀ ପୁଲିସର ସ୍ପେଶାଳ ସେଲ ଅବଦୁର ରେହେମାନଙ୍କୁ କଟକ ଜଗତପୁର ଅଂଚଳରୁ ଗିରଫ କରିଥିଲା । ଯାହା ସାରା ରାଜ୍ୟରେ ଚହଳ ସୃଷ୍ଟି କରିଥିଲା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’