Masthead

ବଦଳିଲେ ଦେଶର ୧୨ ରାଜ୍ୟପାଳ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ବଦଳିଲେ ଦେଶର ୧୨ ରାଜ୍ୟପାଳ । ଝାଡଖଣ୍ଡ, ଆସାମ, ହିମାଚଳପ୍ରଦେଶ, ମଣିପୁର, ଆନ୍ଧ୍ରପ୍ରଦେଶ, ମହାରାଷ୍ଟ୍ର, ଅରୁଣାଚଳପ୍ରଦେଶ, ସିକିିମ, ଛତିଶଗଡ଼, ନାଗାଲାଣ୍ଡ, ବିହାର, ମହାରାଷ୍ଟ୍ର ରାଜ୍ୟପାଳ ଓ ଲଦାଖ ରାଜ୍ୟପାଳଙ୍କ ଇସ୍ତଫା ଗୃହିତ । ବିଶ୍ୱଭୂଷଣ ହରିଚନ୍ଦନ ଛତିଶଗଡର ନୂଆ ରାଜ୍ୟପାଳ ନିଯୁକ୍ତ । ଏହାପୂର୍ବରୁ ବିଶ୍ୱଭୂଷଣ ଆନ୍ଧ୍ରପ୍ରଦେଶର ରାଜ୍ୟପାଳ ଭାବେ ଦାୟିତ୍ୱ ତୁଲାଉଥିଲେ । ସେହିଭଳି ମହାରାଷ୍ଟ୍ରର ରାଜ୍ୟପାଳ ପଦରୁ ଭଗତ ସିଂ କୋଶୟାରୀ ଇସ୍ତଫା ଦେଇଛନ୍ତି । ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଭଗତଙ୍କ ଇସ୍ତଫାକୁ ସ୍ୱୀକାର କରିନେବା ସହ ଝାଡଖଣ୍ଡର ରାଜ୍ୟପାଳ ଥିବା ରମେଶ ବୈଶଙ୍କୁ ମହାରାଷ୍ଟ୍ରର ନୂଆ ରାଜ୍ୟପାଳ ନିଯୁକ୍ତ କରିଛନ୍ତି ।

ସେହିଭଳି ଆସାମର ରାଜ୍ୟପାଳ ଭାବେ ଗୁଲାବ ଚନ୍ଦ୍ର କଟାରିଆ, ଶିବ ପ୍ରସାଦ ଶୁକ୍ଳାଙ୍କୁ ହିମାଚଳ ପ୍ରଦେଶର ରାଜ୍ୟପାଳ, ଅବସରପ୍ରାପ୍ତ ବ୍ରିଗ୍ରେଡୟିର ବିଡି ମିଶ୍ରାଙ୍କୁ ଲଦାଖର ଉପରାଜ୍ୟପାଳ, ଲେଫ୍ଟନାଣ୍ଟ ଜେନେରାଲ କୈବଲ୍ୟ ତ୍ରିବିକ୍ରମ ପରନାୟକଙ୍କୁ ଅରୁଣାଚଳପ୍ରଦେଶ, ମଣିପୁରର ରାଜ୍ୟପାଳ ଭାବେ ଅନୁସୂୟା ୱିକି, ନାଗାଲାଣ୍ଡର ରାଜ୍ୟପାଳ ଭାବେ ଏଲ୍‌, ଗଣେଶନ, ମେଘାଳୟର ରାଜ୍ୟପାଳ ଭାବେ ଫାଗୁ ଚୌହ୍ୱାନ, ବିହାରର ରାଜ୍ୟପାଳ ଭାବେ ରାଜେନ୍ଦ୍ର ବିଶ୍ୱନାଥ ଆର୍ଲେକର, ଆନ୍ଧ୍ରପଦେଶର ରାଜ୍ୟପାଳ ଭାବେ ପୂର୍ବତନ ବିଚାରପତି ଏସ. ଅବଦୁଲ ନଜୀର, ଝାଡଖଣ୍ଡର ରାଜ୍ୟପାଳ ଭାବେ ସିପି ରାଧାକୃଷ୍ଣନ, ସିକ୍କିମର ରାଜ୍ୟପାଳ ଭାବେ ଲକ୍ଷ୍ମଣ ପ୍ରସାଦ ଆଚାର୍ଯ୍ୟଙ୍କୁ ନୂଆ ନିଯୁକ୍ତି ଦେଇଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆମେରିକାକୁ ଏୟାର ଡିିଫେନ୍ସ ସିଷ୍ଟମ ମାଗିଲା ପାକିସ୍ତାନ 🔴 ଆଇଇଡି ବିସ୍ଫୋରଣ, ASP ସହିଦ 🔴 ଆଜି ଦ୍ୱିତୀୟ ରଥଯାତ୍ରା ସମନ୍ୱୟ ବୈଠକ 🔴 ୧୧ ଜିଲ୍ଲାକୁ ଭୀଷଣ ଗରମ ସହ ଗୁଳୁଗୁଳି ନେଇ ସତର୍କତା 🔴 ଭିଜିଲାନ୍ସ ଜାଲରେ IAS ବାବୁ 🔴 ଶ୍ରୀମନ୍ଦିରରେ ବଡ ଅଘଟଣ : ଗରମ ଡାଲି ପଡି ୭ ଆହତ 🔴 ଭୁବନେଶ୍ୱରରେ ହେବ ଅଣ୍ଡରଗ୍ରାଉଣ୍ଡ୍ ମେଟ୍ରୋ 🔴 ବିଦ୍ୟୁତ୍‌ ତାର ଲାଗି ୩ ଶ୍ରମିକ ମୃତ 🔴 ବଡ଼ଦାଣ୍ଡରେ ମଦ ଓ ଆମିଷ ବିକ୍ରି ମନା 🔴 ନିରଞ୍ଜନଙ୍କ ଅବଦାନ କ’ଣ?…ପଚାରୁଛି ସୁବର୍ଣ୍ଣପୁର 🔴 ଆମେରିକାକୁ ଏୟାର ଡିିଫେନ୍ସ ସିଷ୍ଟମ ମାଗିଲା ପାକିସ୍ତାନ 🔴 ଆଇଇଡି ବିସ୍ଫୋରଣ, ASP ସହିଦ 🔴 ଆଜି ଦ୍ୱିତୀୟ ରଥଯାତ୍ରା ସମନ୍ୱୟ ବୈଠକ 🔴 ୧୧ ଜିଲ୍ଲାକୁ ଭୀଷଣ ଗରମ ସହ ଗୁଳୁଗୁଳି ନେଇ ସତର୍କତା 🔴 ଭିଜିଲାନ୍ସ ଜାଲରେ IAS ବାବୁ 🔴 ଶ୍ରୀମନ୍ଦିରରେ ବଡ ଅଘଟଣ : ଗରମ ଡାଲି ପଡି ୭ ଆହତ 🔴 ଭୁବନେଶ୍ୱରରେ ହେବ ଅଣ୍ଡରଗ୍ରାଉଣ୍ଡ୍ ମେଟ୍ରୋ 🔴 ବିଦ୍ୟୁତ୍‌ ତାର ଲାଗି ୩ ଶ୍ରମିକ ମୃତ 🔴 ବଡ଼ଦାଣ୍ଡରେ ମଦ ଓ ଆମିଷ ବିକ୍ରି ମନା 🔴 ନିରଞ୍ଜନଙ୍କ ଅବଦାନ କ’ଣ?…ପଚାରୁଛି ସୁବର୍ଣ୍ଣପୁର