ଥାନାରେ ପରିସରରେ ଅଗ୍ନିକାଣ୍ଡ, ଜଳିଗଲା ଗାଡ଼ି

ମୟୁରଭଞ୍ଜ(ବଡ଼ ଖବର ବ୍ୟୁରୋ): ମୟୁରଭଞ୍ଜ ଜିଲ୍ଲା ମହୁଲଡିହା ଥାନା ପରିସରରେ ଘଟିଛି ଭୟାବହ ଅଗ୍ନିକାଣ୍ଡ। ଅଗ୍ନିକାଣ୍ଡରେ ଥାନା ପରିସରରେ ଜବତ ହୋଇ ରହିଥିବା ଅନେକ ଗାଡି ଜଳିପୋଡ଼ି ପାଉଁଶ ହୋଇଯାଇଛି। ସୂଚନା ଅନୁଯାୟୀ ମହୁଲଡିହା ଥାନା ପଛପଟେ ଥିବା ପାଚେରୀ ଭିତରେ ପଡ଼ିଥିବା ପତ୍ରରେ କୈାଣସି କାରଣରୁ ନିଆଁ ଲାଗିଯାଇଥିଲା।

ନିଆଁର ପ୍ରକୋପ ଏତେ ମାତ୍ରାରେ ବଢ଼ିଯାଇଥିଲା ଯେ ପାଚେରୀ ପରିସର ଭିତରେ ଥିବା ଜବତ ଗାଡ଼ି ଗୁଡ଼ିକରେ ନିଆଁ ଲାଗି ଜଳିବାକୁ ଲାଗିଲା। ଖବର ପାଇ ଠାକୁରମୁଣ୍ଡା ଅଗ୍ନିଶମ ବିଭାଗ ଘଟଣାସ୍ଥଳରେ ପହଂଚି ନିଆଁକୁ ଆୟତ୍ତ କରିଥିଲେ। ଗୋଟିଏ କାର, ୧୮ ଗୋଟି ମଟରସାଇକେଲ,୨ଟି ଅଟୋ,୪ଟି ସାଇକେଲ ସମ୍ପୂର୍ଣ୍ଣ ଜଳି ଯାଇଥିବା ବେଳେ ଅନେକ ଗାଡି ଆଂଶିକ କ୍ଷତିଗ୍ରସ୍ତ ହୋଇଥିବା ଜଣାପଡିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ