Masthead

ଦେଶର ୪ଟି ହାଇକୋର୍ଟରେ ନୂଆ ମୁଖ୍ୟ ବିଚାରପତିଙ୍କୁୁ ନିଯୁକ୍ତ

ନୂଆଦିଲ୍ଲୀ(ବଡ଼ ଖବର ବ୍ୟୁରୋ): ଦେଶର ୪ଟି ହାଇକୋର୍ଟରେ ନୂଆ ମୁଖ୍ୟ ବିଚାରପତିଙ୍କୁୁ ନିଯୁକ୍ତି । ରବିବାର ଆଇନ ଓ ନ୍ୟାୟ ମନ୍ତ୍ରଣାଳୟ ପକ୍ଷରୁ ବିଜ୍ଞପ୍ତି ପରେ ୪ଟି ହାଇକୋର୍ଟରେ ନୂଆ ବିଚାରପତିଙ୍କୁ ନିଯୁକ୍ତି ଦିଆଯାଇଛି । ଗୌହାଟୀ, ତ୍ରିପୁରା,ଜାମ୍ମୁ କାଶ୍ମୀର ଓ ଗୁଜୁରାଟ ହାଇକୋର୍ଟରେ ନିଯୁକ୍ତ ହୋଇଛନ୍ତି ନୂଆ ମୁଖ୍ୟ ବିଚାରପତି । ଗୁଜୁରାଟ ହାଇକୋର୍ଟ ବିଚାରପତି ସୋନିଆ ଗିରିଧର ଗୋକାନୀଙ୍କୁ ଗୁଜୁରାଟ ହାଇକୋର୍ଟର ମୁଖ୍ୟ ବିଚାରପତି ଭାବେ ନିଯୁକ୍ତି ଦିଆଯାଇଛି । ଗୁଜୁରାଟ ହାଇକୋର୍ଟରେ ଜଷ୍ଟିସ୍ ଗୋକାନୀ ପ୍ରଥମ ମହିଳା ଭାବେ ନିଯୁକ୍ତ ପାଇଛନ୍ତି ।

ରାଜସ୍ଥାନ ହାଇକୋର୍ଟର ବିଚାରପତି ସନ୍ଦୀପ ମେହେଟ୍ଟାଙ୍କୁ ଗୌହାଟୀ ହାଇକୋର୍ଟରେ ନିଯୁକ୍ତି, ଓଡ଼ିଶା ହାଇକୋର୍ଟ ବିଚାରପତି ଯଶୱନ୍ତ ସିଂହଙ୍କୁ ତ୍ରିପୁରା ହାଇକୋର୍ଟରେ ମୁଖ୍ୟ ବିଚାରପତିଭ ଭାବେ ନିଯୁକ୍ତି କରାଯାଇଛି । ଗୌହାଟୀ ହାଇକୋର୍ଟ ବିଚାରପତି ଏନ.କୋଟିଶ୍ୱର ସିଂହଙ୍କୁ ଜାମ୍ମୁ କାଶ୍ମୀର-ଲଦାଖ ହାଇକୋର୍ଟର ମୁଖ୍ୟ ବିଚାରପତି ଭାବେ ନିଯୁକ୍ତି କରାଯାଇଥିବା ନେଇ କେନ୍ଦ୍ର ଆଇନମନ୍ତ୍ରୀ କିରଣ ରିଜୁଜି ସୂଚନା ଦେଇଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ