Masthead

ବରିଷ୍ଠ ବିଜେଡି ନେତା ରବି ନାରାୟଣ ନନ୍ଦ ଅସୁସ୍ଥ

କୋରାପୁଟ(ବଡ ଖବର ବ୍ୟୁରୋ): ବରିଷ୍ଠ ବିଜେଡି ନେତା ତଥା ପୂର୍ବତନ ଗଣଶିକ୍ଷା ମନ୍ତ୍ରୀ ରବି ନାରାୟଣ ନନ୍ଦ ଅସୁସ୍ଥ । ଛାତିରେ ଯନ୍ତ୍ରଣା ଅନୁଭବ କରିବାରୁ ତାଙ୍କୁ ପ୍ରଥମେ ଜୟପୁରସ୍ଥିତ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିଲା। ସେଠାରେ ତାଙ୍କ ସ୍ୱାସ୍ଥ୍ୟ ଅବସ୍ଥା ଗୁରୁତର ହେବାରୁ ପରେ ବିଶାଖାପାଟଣାସ୍ଥିତ ଆପୋଲ ହସ୍ପିଟାଲକୁ ସ୍ଥାନାନ୍ତରିତ କରାଯାଥିବା ସୂଚନା ଦେଇଛନ୍ତି ରବି ନାରାୟଣ ନନ୍ଦଙ୍କ ପତ୍ନୀ ଡ. ଇନ୍ଦିରା ନନ୍ଦ ।

ସୂଚନା ଥାଉ କି ରବିନାରାୟଣ ନନ୍ଦ ହେଉଛନ୍ତି ଅଭିବକ୍ତ କୋରାପୁଟ ଜିଲ୍ଲାର ଜଣେ ଟାଣୁଆ ରାଜନେତା । ସେ ବିଧାୟକ ଭାବରେ ତିନି ଥର ନିର୍ବାଚନରେ ବିଜୟୀ ହୋଇଛନ୍ତି। ସେ ୨୦୦୦, ୨୦୦୪ ଓ ୨୦୦୯ ମସିହାରେ ହୋଇଥିବା ଓଡ଼ିଶା ବିଧାନସଭା ନିର୍ବାଚନରେ ଜୟପୁର ନିର୍ବାଚନ ମଣ୍ଡଳୀରୁ ବିଧାୟକ ହୋଇଥିଲେ ରବିନାରାୟଣ। ୨୦୦୪ରେ ରବି ନନ୍ଦ ଜଳସେଚନ ରାଷ୍ଟ୍ରମନ୍ତ୍ରୀ ହୋଇଥିବା ବେଳେ ୨୦୦୯ରେ ଗଣଶିକ୍ଷା ବିଭାଗର ମନ୍ତ୍ରୀ ହୋଇଥିଲେ ରବିନାରାୟଣ ନନ୍ଦ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି