Masthead

ମୃତକଙ୍କ ପରିବାରକୁ ସହାୟତା ରାଶି ଘୋଷଣା

ଭୁବନେଶ୍ୱର, (ବଡ଼ ଖବର ବ୍ୟୁରୋ): ଗତକାଲି ରାଜଧାନୀର ଛାତିରେ ଘଟିଥିଲା ଏକ ଭୟାଭୟ ବିସ୍ଫୋରଣ । ଯେଉଁଥିରେ ଛିନଭିନ୍ ହୋଇଯାଇଥିଲା ଭୁବନେଶ୍ୱର ରାଜଭବନ ନିକଟସ୍ଥ ଇଣ୍ଡିଆନ ଅଏଲ ପେଟ୍ରୋଲ ପମ୍ପ । କେହି କିଛି ଭାବିବା ପୂର୍ବରୁ ସ୍ଥିତି ହୋଇଯାଇଥିଲା ଅସମ୍ଭାଳ । ତେବେ ଏହି ଘଟଣାରେ ବର୍ତ୍ତମାନ ସୁଦ୍ଧା ୨ଜଣ ଗୁରୁତର ହୋଇ କଟକ ଏସସିବିରେ ଚିକିତ୍ସିତ ହେଉଥିବା ବେଳେ ଆଜି ଜଣଙ୍କର ମୃତ୍ୟୁ ଘଟିଛି । ସେହିପରି ଭାବେ ଅନେକ ଲୋକ ଆହତ ହୋଇ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି ।

ଆଜି ମୃତକଙ୍କ ପରିବାରକୁ ୮ ଲକ୍ଷ ଟଙ୍କା ସହାୟତା ରାଶି ଘୋଷଣା କରିଛି ଇଣ୍ଡିଆନ ଅଏଲ । ଏହି ବିସ୍ଫୋରଣ ଘଟଣାରେ ମୃତ୍ୟୁବରଣ କରିଥିବା ବ୍ୟକ୍ତିଙ୍କ ପରିବାରକୁ ୮ ଲକ୍ଷ ଟଙ୍କାର ସହାୟତା ରାଶି ମିଳିବ । ଏହାସହିତ ଗୁରୁତର ଆହତଙ୍କୁ ୪ ଲକ୍ଷ ଟଙ୍କା ଏବଂ ଆହତଙ୍କୁ ୧ ଲକ୍ଷ ଟଙ୍କାର ସହାୟତା ପ୍ରଦାନ କରାଯିବ । କେନ୍ଦ୍ର ପେଟ୍ରୋଲିୟମ ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ନିର୍ଦ୍ଦେଶରେ ଏହି ସହାୟତା ଘୋଷଣା କଲା ଇଣ୍ଡିଆନ ଅଏଲ କର୍ପୋରେଶନ ଲିମିଟେଡ଼ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ