Masthead

ପୁଲୱାମା ଆକ୍ରମଣକୁ ୪ବର୍ଷ

ନୂଆଦିଲ୍ଲୀ(ବଡ଼ ଖବର ବ୍ୟୁରୋ): ପୁଲୱାମା ଆଟାକକୁ ପୁରିଛି ୪ ବର୍ଷ । ସାରା ଦେଶ ଆଜି ଭାରତୀୟ ଯବାନମାନଙ୍କ ସେହି ବୀରତ୍ୱର ଗାଥା ଓ ବଳିଦାନକୁ ସ୍ମରଣ କରିବା ସହିତ ସହିଦଙ୍କୁ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରୁଛି। ୧୪ ଫେବୃଆରୀ ୨୦୧୯ । ପୂର୍ବବର୍ଷ ଭଳି ସେଦିନ ମଧ୍ୟ ଭାଲେଣ୍ଟାଇନ ଡେ ପାଳନ କରୁଥିଲେ ଦେଶର ଯୁବବର୍ଗ। ହେଲେ ହଠାତ ଦ୍ୱିପ୍ରହର ୩.୩୦ ଏପରି ଏକ ଖବର ଆସି ପହଞ୍ଚିଲା ଯାହା ସମଗ୍ର ଦେଶରେ ଶୋକର ଛାୟା ଖେଳାଇଦେଇଥିଲା। ଅଚାନକ ଯେମିତି ସବୁ କିଛି ବଦଳି ଗଲା । ସ୍ତବ୍ଧ ହୋଇଗଲା ସମଗ୍ର ଦେଶ। ଯେତେବେଳେ ଖବର ମିଳିଲା ଜମ୍ମୁ କାଶ୍ମୀର ପୁଲୱାମାରେ ଏକ ବଡ ଧରଣର ଆତଙ୍କୀ ଆକ୍ରମଣ ହୋଇଛି ।

ଆଉ ଏହି ଆକ୍ରମଣରେ ୪୦ ସେଣ୍ଟ୍ରାଲ ରିଜର୍ଭ ପୁଲିସ୍ ଫୋର୍ସ କର୍ମଚାରୀଙ୍କର ମୃତ୍ୟୁ ହୋଇଛି। ଆକ୍ରମଣ ସେ ଦୃଶ୍ୟ ଆଖି ସାମନାକୁ ଆସିବା କ୍ଷଣି ଆଜି ବି ଶିହରି ଉଠେ ଦେହ। ଶହୀଦଙ୍କ ପାଇଁ ଆଜି ବି ଲୁହ ଗଡାଉଛନ୍ତି ଦେଶବାସୀ । ଆକ୍ରମଣରେ ଦେଶ ପାଇଁ ଜୀବନ ଦେଇଥିବା ସହିଦଙ୍କୁ ଆଜି ବି ଝୁରୁଛି ମାଟି, ଆଉ ଦେଶ ପାଇଁ ହସି ହସି ପ୍ରାଣବଳୀ ଦେଇଥିବା ସହିଦଙ୍କୁ ମନେ ପକାଇ ଗୁମୁରି କାନ୍ଦୁଛନ୍ତି ପରିବାର ଆଉ ମାତୃଭୂମି । ଜମ୍ମୁ-ଶ୍ରୀନଗର ରାଷ୍ଟ୍ରୀୟ ରାଜମାର୍ଗ ଦେଇ ୨୫୦୦ ଯବାନଙ୍କୁ ନେଇ ୭୮ ଟି ବସ୍ ଯାଉଥିଲା । ଆଉ ସବୁଦିନ ପରି ଯବାନମାନେ ନିଜ ଗନ୍ତବ୍ୟ ସ୍ଥଳକୁ ଆଗେଇ ଚାଲିଥିଲେ। ସିଆରପିଏଫ୍ ଯବାନଙ୍କ ଗାଡି ପୁଲୱାମା ପହଁଚିବା ପୂର୍ବରୁ ହିଁ ରାସ୍ତାର ଆରପଟରୁ ଆସୁଥିବା ଗୋଟିଏ କାର୍ ଗାଡିକୁ ଧକ୍କା ଦେଇଥିଲା ।

କେହି କିଛି ବୁଝିବା ପୂର୍ବରୁ ଏତେ ଜୋର୍ ରେ ବିସ୍ଫୋରଣ ହୋଇଥିଲା ଯେ ଏଥିରେ ସାରା ଦେଶର ଛାତି ଥରି ଉଠିଲା ।ବିସ୍ଫୋରଣ ଏତେ ଜୋରରେ ହୋଇଥିଲା ଯେ, ଏହାର ଆଖପାଖ ୧୦ରୁ ୧୨ କିଲୋମିଟର ଯାଏଁ ସାରା ଅଂଚଳ ଏକ ପ୍ରକାର ଥରି ଯାଇଥିଲା। ରାସ୍ତାରେ ପଡିଥିଲା ଯବାନଙ୍କ ଖଣ୍ଡ ବିଖଣ୍ଡିତ ରକ୍ତାକ୍ତ ଶରୀର। କେହି କିଛି ବୁଝିବା ଆଗରୁ ସବୁକିଛି ଶୂନ୍ୟ ହୋଇଯାଇଥିଲା। ଆତଙ୍କବାଦୀ ଆଦିଲ୍ ଅହମ୍ମଦର ଆତ୍ମଘାତୀ ବିସ୍ଫୋରଣରେ ଘଟଣାସ୍ଥଳରେ ହିଁ ଟଳିପଡିଲେ ସିଆରପିଏଫର ଅନେକ ଯବାନ । ପୁଲୱାମା ଆକ୍ରମଣର ଠିକ୍ ୧୨ ଦିନ ପରେ ଏହାର ଜବାବ୍ ଦେଇଥିଲା ଭାରତ । ଆତଙ୍କୀଙ୍କ ଉପରେ କରିଥିଲା ଆକ୍ରମଣ । ଫେବୃୟାରୀ ୨୬ ଭାରତୀୟ ବାୟୁସେନା ପାକ୍ ସ୍ଥିତ ବାଲାକୋଟର ଆତଙ୍କୀ ସଂଗଠନ ଜୈସ୍ – ଏ – ମହମ୍ମଦ ଉପରେ ଏୟାର୍ ଷ୍ଟ୍ରାଇକ୍ କରିଥିଲା । କିନ୍ତୁ ଆଜିର ଦିନଟି ସବୁଦିନ ପାଇଁ ଭାରତୀୟଙ୍କ ମନରେ ଏକ ଅଭୁଲା ସ୍ମୃତି ହୋଇ ରହିବ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ସଲମାନ ଖାନଙ୍କ ଗଲୱାନ 🔴 ପାଟନାରେ ବିଜେପି ନେତାଙ୍କୁ ଗୁଳିମାଡ଼ 🔴 ପରଦାକୁ ଆସିଲା ଓଡ଼ିଆ ସିନେମା ‘ନବକଳେବର’ 🔴 ଆହୁରି ତିନି ଦିନ ଭିଜିବ ଓଡ଼ିଶା 🔴 ସରିଲା ଆଡ଼ପମଣ୍ଡପ ଲୀଳା, ଅପେକ୍ଷାରେ ମାଆ 🔴 ପୁରୀ ହେବ ମହାନଗରନିଗମ : ମୋହନ ଚରଣ ମାଝୀ 🔴 ଭାରତ କେବଳ ପାକିସ୍ତାନ ନୁହଁ ବରଂ ୩ଟି ଦେଶକୁ ପରାସ୍ତ କରିଛି : ରାହୁଲ ଆର ସିଂହ 🔴 ଆମେରିକାରେ ପାସ୍ ହେଲା ‘ୱାନ୍ ବିଗ୍ ବିୟୁଟିଫୁଲ ବିଲ୍’ 🔴 TVK ପାର୍ଟିର ମୁଖ୍ୟମନ୍ତ୍ରୀ ଚେହେରା ହେବେ ଅଭିନେତା ବିଜୟ 🔴 ଗୁଣ୍ଡିଚା ମନ୍ଦିରରେ ମହାପ୍ରଭୁଙ୍କ ଆଜି ନବମୀ ସନ୍ଧ୍ୟା ଦର୍ଶନ 🔴 ସଲମାନ ଖାନଙ୍କ ଗଲୱାନ 🔴 ପାଟନାରେ ବିଜେପି ନେତାଙ୍କୁ ଗୁଳିମାଡ଼ 🔴 ପରଦାକୁ ଆସିଲା ଓଡ଼ିଆ ସିନେମା ‘ନବକଳେବର’ 🔴 ଆହୁରି ତିନି ଦିନ ଭିଜିବ ଓଡ଼ିଶା 🔴 ସରିଲା ଆଡ଼ପମଣ୍ଡପ ଲୀଳା, ଅପେକ୍ଷାରେ ମାଆ 🔴 ପୁରୀ ହେବ ମହାନଗରନିଗମ : ମୋହନ ଚରଣ ମାଝୀ 🔴 ଭାରତ କେବଳ ପାକିସ୍ତାନ ନୁହଁ ବରଂ ୩ଟି ଦେଶକୁ ପରାସ୍ତ କରିଛି : ରାହୁଲ ଆର ସିଂହ 🔴 ଆମେରିକାରେ ପାସ୍ ହେଲା ‘ୱାନ୍ ବିଗ୍ ବିୟୁଟିଫୁଲ ବିଲ୍’ 🔴 TVK ପାର୍ଟିର ମୁଖ୍ୟମନ୍ତ୍ରୀ ଚେହେରା ହେବେ ଅଭିନେତା ବିଜୟ 🔴 ଗୁଣ୍ଡିଚା ମନ୍ଦିରରେ ମହାପ୍ରଭୁଙ୍କ ଆଜି ନବମୀ ସନ୍ଧ୍ୟା ଦର୍ଶନ