Masthead

ଭୁବନେଶ୍ୱରରେ ବଢୁଛି ସ୍ଥାନୀୟ ସଂକ୍ରମଣ

ଭୁବନେଶ୍ୱର, (ବଡ଼ ଖବର ବ୍ୟୁରୋ): ମାହାମାରୀ କରୋନା ରାଜ୍ୟରେ ଦିନକୁ ଦିନ ତାର କାୟା ବିସ୍ତାର କରିବାରେ ଲାଗିଛି । ଆଜି ରାଜ୍ୟରେ ୩୧୪୪ଜଣ କରୋନା ପଜିଟିଭ ଚିହ୍ନଟ ହୋଇଥିବା ବେଳେ ଭୁବନେଶ୍ୱରରୁ ପୁଣି ୩୦୯ ପଜିଟିଭ ଚିହ୍ନଟ ହୋଇଛନ୍ତି । ଏମାନଙ୍କ ମଧ୍ୟରୁ ୮୩ ଆକ୍ରାନ୍ତ କ୍ୱାରେଣ୍ଟାଇନ ସେଣ୍ଟରରୁ ଚିହ୍ନଟ ହୋଇଥିବା ବେଳେ ୨୨୬ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ଏହି ୩୦୯ କରୋନା ପଜିଟିଭକୁ ମିଶାଇ ରାଜଧାନୀ ଭୁବନେଶ୍ୱରରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୨୪ ହଜାର ୫୩୭ରେ ପହଞ୍ଚିଛି । ଏନେଇ ଭୁବନେଶ୍ୱର ମହାନଗର ନିଗମ ପକ୍ଷରୁ ଟୁଇଟ ଯୋଗେ ସୂଚନା ଦିଆଯାଇଛି ।

 

ଭୁବନେଶ୍ୱରରେ ବର୍ତ୍ତମାନ ସୁଦ୍ଧା ମୋଟ ୨୦ ହଜାର ୮୦୮ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏହାସହିତ ଭୁବନେଶ୍ୱରରେ ମୋଟ କାରୋନା ଜନିତ ମୃତ୍ୟୁ ସଂଖ୍ୟା ୧୦୯ରେ ପହଞ୍ଚିଛି । ସେହିପରି ଭାବେ ୩୫୧୯ଜଣ କରୋନା ଆକ୍ରାନ୍ତ ବର୍ତ୍ତମାନ ସୁଦ୍ଧା ବିଭିନ୍ନ କୋଭିଡ଼ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି । ରାଜଧାନୀରେ କରୋନା ସଂକ୍ରମଣ ଦିନକୁ ଦିନ ବଢିବା ସହିତ ସ୍ଥାନୀୟ ସଂକ୍ରମଣ ପ୍ରଶାସନର ଚିନ୍ତାର କାରଣ ପାଲଟିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା