Masthead

ବିବିସି କାର୍ଯ୍ୟାଳୟରେ ଆୟକର ଚଢାଉ

ନୂଆଦିଲ୍ଲୀ(ବଡ଼ ଖବର ବ୍ୟୁରୋ): ଦିଲ୍ଲୀ ବିବିସି କାର୍ଯ୍ୟାଳୟରେ ଆୟକର ଚଢାଉ । ସମସ୍ତ କର୍ମଚାରୀଙ୍କ ଫୋନ ଜବତ । ୨୦୦୨ ଗୁଜରାଟ ଦଙ୍ଗାକୁ ନେଇ ବିବିସି ପ୍ରସ୍ତୁତ କରିଥିବା ଡକ୍ୟୁମେଣ୍ଟାରୀକୁ ଭାରତ ସରକାର ବ୍ୟାନ କରିବା ପରେ ଏବେ ଦିଲ୍ଲୀ ସ୍ଥିତ ବିବିସି କାର୍ଯ୍ୟାଳୟ ଉପରେ ଆୟକର ବିଭାଗ ଚଢାଉ କରିଛି । ଆୟକର ବିଭାଗ ଦିଲ୍ଲୀ ବିବିସି କାର୍ଯ୍ୟାଳୟର ସମସ୍ତ କର୍ମଚାରୀଙ୍କ ଫୋନ ଜବତ କରିବା ସହ ସେମାନଙ୍କୁ କାର୍ଯ୍ୟାଳୟ ଛାଡି ଘରକୁ ଫେରିଯିବାକୁ କୁହାଯାଇଛି । ସେପଟେ ଲଣ୍ଡନରେ ଥିବା ବିବିସି କାର୍ଯ୍ୟାଳୟକୁ ମଧ୍ୟ ଚଢାଉ ବାବଦରେ ସୂଚନା ଦିଆଯାଇଛି । ହେଲେ ଏପର୍ଯ୍ୟନ୍ତ ଆୟକର ବିଭାଗ ପକ୍ଷରୁ ଏନେଇ କୌଣସି ସୂଚନା ଦିଆଯାଇନାହିଁ । ଟିଏମସି ସାଂସଦ ମହୁଆ ମୋଇତ୍ରୀ ବିବିସି କାର୍ଯ୍ୟାଳୟ ଉପରେ ଆୟକର ଚଢାଉ ସଂପର୍କରେ ଟ୍ୱିଟର ମାଧ୍ୟମରେ ସୂଚନା ଦେଇଛନ୍ତି । 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼ 🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼