Masthead

ବାଟବରଣ ବେଳେ ଦୁର୍ଘଟଣା, ୩ମୃତ

ବ୍ରହ୍ମପୁର(ବଡ଼ ଖବର ବ୍ୟୁରୋ): ବ୍ରହ୍ମପୁର ଉପକଣ୍ଠ ମାଣ୍ଡିଆପଲ୍ଲୀ ଗାଁରେ ଏକ ମର୍ମନ୍ତୁଦ ଦୁର୍ଘଟଣା ଦେଖିବାକୁ ମିଳିଛି । ମାଣ୍ଡିଆପଲ୍ଲୀ ଗାଁ ନିକଟରେ କନ୍ୟା ଯାତ୍ରୀର ବାଟବରଣ ବେଳେ ଦୁର୍ଘଟଣା ଘଟିଛି। ୩ ଜଣଙ୍କ ମୃତୁ୍ୟ ହୋଇଥିବା ବେଳେ ୧୨ଜଣ ଆହତ ହୋଇଛନ୍ତି । ଏଥିରେ ଦୁଇ ଜଣ ଗୁରୁତର ଥିବା ଜଣାପଡ଼ିଛି । ମୃତକ ମାନେ ହେଲେ ଲାଞ୍ଜିପଲ୍ଲୀ କେଶବ ନଗରର ସ୍ୱପ୍ନା ରେଡ଼ି, ସଞ୍ଜୁ ରେଡ଼ି ,ଭାରତୀ ରେଡ଼ି । ସମସ୍ତ ଆହତଙ୍କୁ ଏମକେସିଜି ମେଡ଼ିକାଲରେ ଭର୍ତ୍ତି କରାଯାଇଛି ।

ମିଳିଥିବା ସୂଚନା ଅନୁସାରେ ମାଣ୍ଡିଆପଲ୍ଲୀ ଗାଁରେ ବର ପକ୍ଷ ଲୋକ ଛିଡ଼ା ହୋଇଥିଲେ । କନ୍ୟା ଯାତ୍ରୀର ପ୍ରାୟ ୩୦ରୁ ଉର୍ଦ୍ଧ୍ବ ଲୋକେ ତାଙ୍କୁ ବାଟବରଣ କରିବାକୁ ଯିବା ପାଇଁ ଛିଡ଼ା ହୋଇଥିବା ବେଳେ ଏକ ସ୍କର୍ପିଓ ଗାଡି ସେମାନଙ୍କ ଉପରେ ମାଡିଗଲା । ଯାହା ଫଳରେ ଘଟଣା ସ୍ଥଳେ ହିଁ ୨ ମହିଳାଙ୍କ ସହ ଗୋଟିଏ ୧୨ବର୍ଷର ନାବାଳିକାଙ୍କ ମୃତ୍ୟୁ ଘଟିଥିଲା । ଅନ୍ୟପଟେ ଦୁର୍ଘଟଣା ଘଟେଇଥିବା ମଦ୍ୟପ ଗାଡ଼ି ଚାଳକଙ୍କୁ ସ୍ତାନୀୟ ଲୋକେ କାବୁ କରିଥିବା ସୂଚନା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଅଗଷ୍ଟ ୩ରୁ ପୁଣି ବର୍ଷା! 🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ଅଗଷ୍ଟ ୩ରୁ ପୁଣି ବର୍ଷା! 🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ