Masthead

ବାଟବରଣ ବେଳେ ଦୁର୍ଘଟଣା, ୩ମୃତ

ବ୍ରହ୍ମପୁର(ବଡ଼ ଖବର ବ୍ୟୁରୋ): ବ୍ରହ୍ମପୁର ଉପକଣ୍ଠ ମାଣ୍ଡିଆପଲ୍ଲୀ ଗାଁରେ ଏକ ମର୍ମନ୍ତୁଦ ଦୁର୍ଘଟଣା ଦେଖିବାକୁ ମିଳିଛି । ମାଣ୍ଡିଆପଲ୍ଲୀ ଗାଁ ନିକଟରେ କନ୍ୟା ଯାତ୍ରୀର ବାଟବରଣ ବେଳେ ଦୁର୍ଘଟଣା ଘଟିଛି। ୩ ଜଣଙ୍କ ମୃତୁ୍ୟ ହୋଇଥିବା ବେଳେ ୧୨ଜଣ ଆହତ ହୋଇଛନ୍ତି । ଏଥିରେ ଦୁଇ ଜଣ ଗୁରୁତର ଥିବା ଜଣାପଡ଼ିଛି । ମୃତକ ମାନେ ହେଲେ ଲାଞ୍ଜିପଲ୍ଲୀ କେଶବ ନଗରର ସ୍ୱପ୍ନା ରେଡ଼ି, ସଞ୍ଜୁ ରେଡ଼ି ,ଭାରତୀ ରେଡ଼ି । ସମସ୍ତ ଆହତଙ୍କୁ ଏମକେସିଜି ମେଡ଼ିକାଲରେ ଭର୍ତ୍ତି କରାଯାଇଛି ।

ମିଳିଥିବା ସୂଚନା ଅନୁସାରେ ମାଣ୍ଡିଆପଲ୍ଲୀ ଗାଁରେ ବର ପକ୍ଷ ଲୋକ ଛିଡ଼ା ହୋଇଥିଲେ । କନ୍ୟା ଯାତ୍ରୀର ପ୍ରାୟ ୩୦ରୁ ଉର୍ଦ୍ଧ୍ବ ଲୋକେ ତାଙ୍କୁ ବାଟବରଣ କରିବାକୁ ଯିବା ପାଇଁ ଛିଡ଼ା ହୋଇଥିବା ବେଳେ ଏକ ସ୍କର୍ପିଓ ଗାଡି ସେମାନଙ୍କ ଉପରେ ମାଡିଗଲା । ଯାହା ଫଳରେ ଘଟଣା ସ୍ଥଳେ ହିଁ ୨ ମହିଳାଙ୍କ ସହ ଗୋଟିଏ ୧୨ବର୍ଷର ନାବାଳିକାଙ୍କ ମୃତ୍ୟୁ ଘଟିଥିଲା । ଅନ୍ୟପଟେ ଦୁର୍ଘଟଣା ଘଟେଇଥିବା ମଦ୍ୟପ ଗାଡ଼ି ଚାଳକଙ୍କୁ ସ୍ତାନୀୟ ଲୋକେ କାବୁ କରିଥିବା ସୂଚନା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ