Masthead

କଂଗ୍ରେସରେ ମିଶିବେ ପ୍ୟାରିଙ୍କ ଝିଅ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ):  ଆଗକୁ ନିର୍ବାଚନ ଥିବାବେଳେ କଂଗ୍ରେସରେ ଏବେ ମିଶ୍ରଣ ପର୍ବ ଆରମ୍ଭ ହୋଇଯାଇଛି । ଦଳକୁ ମଜବୁତ କରିବା ପାଇଁ ବିଭିନ୍ନ ବର୍ଗର ଲୋକଙ୍କୁ ଟାଣିବାକୁ ପ୍ରୟାସ କରୁଛି ପ୍ରଦେଶ କଂଗ୍ରେସ । ନିକଟରେ ପୂର୍ବତନ ମୁଖ୍ୟ ଶାସନ ସଚିବ ବିଜୟ କୁମାର ପଟ୍ଟନାୟକ କଂଗ୍ରେସରେ ଯୋଗଦେବା ଘଟଣା ରାଜନୀତିକ ମହଲରେ ବେଶ ଚର୍ଚ୍ଚା ସୃଷ୍ଟି କରିଥିଲା । ଏବେ ପୁଣି ଆଉ ଏକ ବଡ଼ ଖବର ସାମ୍ନାକୁ ଆସିଛି ।

ପ୍ୟାରୀମୋହନ ମହାପାତ୍ରଙ୍କ ଝିଅ ଡାକ୍ତର ସିକ୍ତା ପତି କଂଗ୍ରେସରେ ଯୋଗଦାନ କରିବେ । ବୁଧବାର ସଂଧ୍ୟା ୫ଟାରେ ପ୍ରଦେଶ କଂଗ୍ରେସ କାର୍ଯ୍ୟାଳୟ ସେ ବିଧିବଦ୍ଧ ଭାବେ ଯୋଗଦେବେ ବୋଲି ଜାଣିବାକୁ ମିଳିଛି । ଏହି ଅବସରରେ ଓଡ଼ିଶା ପ୍ରଭାରୀ ତଥା ସାଂସଦ ଚେଲ୍ଲାକୁମାର ଓ ପିସିସି ସଭାପତି ଶରତ ପଟ୍ଟନାୟକ ଉପସ୍ଥିତ ରହିବାର କାର୍ଯ୍ୟାକ୍ରମ ରହିଛି । କଟକ ଜିଲ୍ଲା କଂଗ୍ରେସ ସଭାପତି ମାନସ ଚୌଧୁରୀ ନିଜ ଫେସବୁକ ପୋଷ୍ଟରେ ଏହି ସୂଚନା ଦେଇଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ