Masthead

ସେଲଫି ନେଉଥିଲେ, ଜଳିଗଲେ

ରାୟଗଡ଼ା (ବଡ଼ ଖବର ବ୍ୟୁରୋ): ସେଲଫି ନିଶା ହେଲା କାଳ । ମାଲ୍‌ ବୋଝେଇ ଟ୍ରେନ୍‌ ଉପରେ ଚଢ଼ି ସେଲ୍‌ଫି ନେଉଥିବା ବେଳେ ଜଳିଗଲେ ଯୁବକ । ଅନ୍ୟ ଦୁଇ ଜଣ ଯୁବକ ଗୁରୁତର ଆହତ ହୋଇଛନ୍ତି। ଏପରି ଘଟଣା ଦେଖିବାକୁ ମିଳିଛି ରାୟଗଡ଼ା ଜିଲ୍ଲା କଲ୍ୟାଣସିଂହପୁର ଥାନା ଭାଲୁମାସ୍କା ରେଳ ଷ୍ଟେସନରେ । କାଶୀପୁର ବ୍ଲକ୍‌ ବର୍ତ୍ତିବାଲି ଗାଁର ଦେବେନ୍ଦ୍ର ନାୟକ ଓ ତାଙ୍କ ସାଥୀମାନେ ଭାଲୁମାସ୍କା ଗାଁରେ ଆୟୋଜିତ ଭୋଜିରେ ଯୋଗଦେବାକୁ ଯାଇଥିଲେ। ମଧ୍ୟାହ୍ନରେ ରନ୍ଧାରନ୍ଧି ସରିନଥିବା ବେଳେ ଦେବେନ୍ଦ୍ର ଓ ତାଙ୍କର ଦୁଇ ସାଥୀ ଭାଲୁମାସ୍କା ରେଳ ଷ୍ଟେସନରେ ଛିଡ଼ା ହୋଇ ହୋଇଥିବା ମାଲ୍‌ ଗାଡ଼ି ଉପରେ ଠିଆ ହୋଇ ସେଲ୍‌ଫି ନେଉଥିଲେ।

ଠିକ୍‌ ସେହି ସମୟରେ ଟ୍ରେନ୍‌ ଚାଲିବା ଆରମ୍ଭ କରିଥିଲା। ଯେଉଁଥିପାଇଁ ଦେବେନ୍ଦ୍ର ୨୫ କେଭି ବିଦ୍ୟୁତ ସଂସ୍ପର୍ଶରେ ଆସି ଯାଇଥିଲେ। ଫଳରେ ସେ ପୋଡ଼ି ଯାଇଥିଲେ। ତାଙ୍କର ଦୁଇ ସାଥୀ ଗୁରୁତର ଆହତ ହୋଇଥିବା ସୂଚନା ମିଳିଛି । ତେବେ ଗୁରୁତର ଆହତ ହୋଇଥିବା ଦୁଇ ଯୁବକଙ୍କୁ ସ୍ଥାନୀୟ ମେଡ଼ିକାଲ୍‌ରେ ଭର୍ତ୍ତି କରାଯାଇଥିଲା। ସେଠାରେ ସେମାନଙ୍କ ସ୍ୱାସ୍ଥ୍ୟ ଅବସ୍ଥା ଗୁରୁତର ହେବାରୁ ରାୟଗଡ଼ା ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତରିତ କରାଯାଇଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି