Masthead

ତ୍ରିପୁରା ବିଧାନସଭା ନିର୍ବାଚନ, ଚାଲିଛି ଭୋଟ ଗ୍ରହଣ

ତ୍ରିପୁରା(ବଡ଼ ଖବର ବ୍ୟୁରୋ): ଆଜି ତ୍ରିପୁରା ବିଧାନସଭା ନିର୍ବାଚନ । ୬୦ ଆସନ ପାଇଁ କଡା ସୁରକ୍ଷାରେ ଚାଲିଛି ମତଦାନ । ୩ ହଜାର ୩୨୮ ମତଦାନ କେନ୍ଦ୍ରରେ ଭୋଟ ଗ୍ରହଣ ଆରମ୍ଭ ହୋଇଛି । ସେଥିମଧ୍ୟରୁ ୧୧୦୦ ବୁଥକୁ ସମ୍ବେଦନଶୀଳ ଓ ୨୮ ମତଦାନ କେନ୍ଦ୍ରକୁ ଅତି ସମ୍ବେଦନଶୀନ ଘୋଷଣା କରାଯାଇଛି । ତ୍ରିପୁରାର ୨୮ ଲକ୍ଷରୁ ଅଧିକ ଭୋଟର ଭୋଟ ଦେଇ ନିର୍ବାଚନରେ ପ୍ରତିଦ୍ୱନ୍ଦ୍ୱିତା କରୁଥିବା ୨୫୯ ପ୍ରାର୍ଥୀଙ୍କ ଭାଗ୍ୟ ନିର୍ଦ୍ଧାରଣ କରିବେ । ମାର୍ଚ୍ଚ ୨ ତାରିଖରେ ଭୋଟ ଗଣତି ହୋଇ ଫଳାଫଳ ପ୍ରକାଶ ପାଇବ । ଚଳିତ ନିର୍ବାଚନରେ ତ୍ରିମୁଖୀ ଲଢେଇ ହେଉଛି ।

ବିଜେପି ଓ ଆଇପିଏଫଟି, କଂଗ୍ରେସ ଓ ବାମ ଦଳ ମେଣ୍ଟ ସହ ଆଂଚଳିକ ଦଳ ଟିପରା ମୋଥା ମଧ୍ୟରେ କଡା ଟକ୍କର ହେବ ବୋଲି କୁହାଯାଉଛି । ବିଶେଷ କରି ଚଳିତ ନିର୍ବାଚନରେ ସ୍ପଷ୍ଟ ଜନମତ ପାଇଁ ପୁଣିଥରେ କ୍ଷମତାସୀନ ହେବା ବିଜେପି ପାଇଁ ବଡ ଚାଲେଞ୍ଜ । ଏଥରେ ମୋଟ ୬୦ ଆସନରୁ ବିଜେପି ପ୍ରାର୍ଥୀ ୫୫ଟି ଆସନରେ ପ୍ରତିଦ୍ୱନ୍ଦିତା କରୁଛନ୍ତି । ବିଜେପି ସହ ମେଂଟରେ ଥିବା ଇଣ୍ଡିଜେନିଅସ ପିପୁଲସ ଫ୍ରଂଟ ଅଫ ତ୍ରିପୁରା ବା ଆଇପିଏଫଟି ୫ଟି ଆସନରେ ପ୍ରତିଦ୍ୱନ୍ଦ୍ୱିତା କରୁଛି । ସେପଟେ କଂଗ୍ରେସ ପ୍ରାର୍ଥୀ ମାତ୍ର ୧୩ଟି ଆସନରେ ପ୍ରତିଦ୍ୱନ୍ଦ୍ୱିତା କରୁଥିବା ବେଳେ ମେଂଟରେ ଥିବା ସିପିଆଇ, ଆରଏସପି ୪୭ଟି ଆସନରେ ଲଢେଇ କରୁଛନ୍ତି । ସେହିପରି ଆଂଚଳିକ ଦଲ ଟିପରା ମୋଥା ୪୨ଟି ଆସନରେ ପ୍ରତିଦ୍ୱନ୍ଦ୍ୱିତା କରୁଛି ।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ