ମେଘାଳୟ ନିର୍ବାଚନ ଜିତିବା ପାଇଁ ବିଜେପିର ମହିଳା କାର୍ଡ

ମେଘାଳୟ (ବଡ଼ ଖବର ବ୍ୟୁରୋ):  ଆଗକୁ ଆସୁଛି ମେଘାଳୟ ନିର୍ବାଚନ । ଭୋଟ ହାତେଇବା ପାଇଁ ବିଜେପି ଚଳାଇଛି କସରତ । ନର୍ବାଚନ ଯେତେ ପାଖେଇ ଆସୁଛି ରାଜନୈତିକ ଦଳମାନେ ଭୋଟରଙ୍କୁ ଆକୃଷ୍ଟ କରିବା ପାଇଁ ବିଭିନ୍ନ ପ୍ରକାର ଯୋଜନା ଆପଣେଇଛନ୍ତି । ତେବେ ଭୋଟ ପାଇଁ ବିଜେପି ଖେଳିଛି ମହିଳା କାର୍ଡ । ବିଜେପି ସଭାପତି ଜେପି ନଡ୍ଡା ବିଜେପିର ନିର୍ବାଚନୀ ଇସ୍ତାହାର ପ୍ରକାଶ କରିଛନ୍ତି । ମହିଳାମାନଙ୍କ ସରକାରୀ ଚାକିରିରେ ୩୩ ପ୍ରତିଶତ ସଂରକ୍ଷଣ ବ୍ୟବସ୍ଥା ରହିବ ବୋଲି କହିଛନ୍ତି ନଡ୍ଡା । ଏହା ସହ ରାଜ୍ୟ କର୍ମଚାରୀଙ୍କ ପାଇଁ ସପ୍ତମ ବେତନ କମିଶନ ସୁପାରିଶ କାର୍ଯ୍ୟକାରୀ କରିବେ ବୋଲି ପ୍ରତିଶ୍ରୁତି ଦେଇଛନ୍ତି ।

କ୍ୟାଣ୍ଟିନ ମାଧ୍ୟମରେ ୫ଟଙ୍କାରେ ଖାଦ୍ୟ, ସ୍ନାତକୋତ୍ତର ବାଳିକାମାନଙ୍କୁ ମାଗଣା ଶିକ୍ଷା, ମହିଳା କଲେଜ ଟପର ପାଇଁ ମାଗଣା ସ୍କୁଟି, ଝିଅ ଜନ୍ମ ପରେ ୫୦ ହଜାର ଟଙ୍କାର ବଣ୍ଡ ଦେବା ପାଇଁ ମଧ୍ୟ ପ୍ରତିଶ୍ରୁତି ଦେଇଛନ୍ତି । ଏହା ସହ ନିର୍ଭରଶୀଳ ବିଧବା, ଏବଂ ଅବିବାହିତ ମହିଳାଙ୍କୁ ୨୪ ହଜାର ଟଙ୍କା ଆର୍ଥିକ ସହାୟତ. ଉଜ୍ଜ୍ୱଳା ଯୋଜନାରେ ସମସ୍ତ ହିତାଧିକାରୀଙ୍କୁ ଦୁଇଟି ମାଗଣା ଏଲପିଜି ସିଲିଣ୍ଡର ଏବଂ ବରିଷ୍ଠ ନାଗରିକଙ୍କ ପେନସନ ମାସକୁ ୧ ହଜାର ଟଙ୍କାକୁ ଦୁଇଗୁଣ କରିବାକୁ ପ୍ରତିଶ୍ରୁତି ଦେଇଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ