Masthead

ଉଦ୍ଧବ ନୁହେଁ, ସିନ୍ଦେଙ୍କର ଶିବସେନା

ନୂଆଦିଲ୍ଲୀ(ବଡ଼ ଖବର ବ୍ୟୁରୋ): ଉଦ୍ଧବ ଠାକରେଙ୍କୁ ବଡ଼ ଝଟକା । ନିର୍ବାଚନ କମିସନ ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଏକନାଥ ସିନ୍ଦେ ଗୋଷ୍ଠୀଙ୍କୁ ଶିବସେନା ନାମ ଓ ଚିହ୍ନ ପ୍ରଦାନ କରିଛନ୍ତି । ଏହା ଫଳରେ ଶିବସେନା ଦଳ ଠାକରେ ପରିବାର ହାତରୁ ଖସିଯିବା ନିଶ୍ଚିତ ହୋଇଯାଇଛି । ଗତ ବର୍ଷ ଏକନାଥ ସିନ୍ଦେ ତତକାଳୀନ ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକରେଙ୍କ ବିରୋଧରେ ବିଦ୍ରୋହ କରିଥିଲେ ଓ ଦଳର ମୋଟ ୫୫ ବିଧାୟକଙ୍କ ମଧ୍ୟରୁ ୪୦ ଜଣଙ୍କ ସମର୍ଥନ ଥିବା ଦାବି କରିଥିଲେ ।

ଏହା ପରେ ଉଦ୍ଧବ ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଇଥିଲେ ଓ ରାଜ୍ୟରେ ଚାଲିଥିବା ମହା ବିକାଶ ଅଘାଡି ସରକାର ଭାଙ୍ଗିଯାଇଥିଲା । ଏହା ପରେ ଏକନାଥ ଗୋଷ୍ଠୀ ବିଜେପି ସମର୍ଥନରେ ସରକାର ଗଢିଥିଲେ ଓ ଏକନାଥ ମୁଖ୍ୟମନ୍ତ୍ରୀ ହୋଇଥିଲେ । ତେବେ ଶିବସେନା ନାମ ଓ ଚିହ୍ନକୁ ନେଇ ଦୁଇପକ୍ଷ ନିର୍ବାଚନ କମିସନଙ୍କ ନିକଟକୁ ଯାଇଥିଲେ । ଅନ୍ତରୀଣ ସମୟ ପାଇଁ କମିସନ ଦୁଇ ଶିବିରଙ୍କୁ ଦୁଇଟି ଅସ୍ଥାୟୀ ନାମ ଦେଇଥିଲେ । ସିନ୍ଦେ ଗୋଷ୍ଠୀଙ୍କ ଦଳକୁ ବାଲାସାହେବଚି ଶିବସେନା ଓ ଉଦ୍ଧବ ଗୋଷ୍ଠୀଙ୍କୁ ଶିବସେନା ନାମ ଦିଆଯାଇଥିଲା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼ 🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼