ଦୁଇ ଦିନିଆ ତାମିଲନାଡୁ ଗସ୍ତରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

ନୂଆଦିଲ୍ଲୀ(ବଡ଼ ଖବର ବ୍ୟୁରୋ): ଆଜିଠୁ ଦୁଇ ଦିନିଆ ତାମିଲନାଡୁ ଗସ୍ତରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ଦିଲ୍ଲୀରୁ ସ୍ୱତନ୍ତ୍ର ବିମାନ ଯୋଗେ ତାମିଲନାଡୁ ଅଭିମୁଖେ ବାହାରିବା ପରେ ମଧ୍ୟାହ୍ନ ୧୨ ଟାରେ ମଦୁରାଇରେ ପହଞ୍ଚିବେ । ଏନେଇ ରାଷ୍ଟ୍ରପତିଙ୍କ କାର୍ଯ୍ୟାଳୟ ତରଫରୁ ସୂଚନା ଦିଆଯାଇଛି । କୋଏମ୍ବାଟୁର ଇଶା ଫାଉଣ୍ଡେସନ ଦ୍ୱାରା ଆୟୋଜିତ ମହାଶିବରାତ୍ରୀରେ ସାମିଲ ହେବେ । ଆସନ୍ତାକାଲି ୱେଲିଙ୍ଗଟନର ଡିଫେନ୍ସ ସର୍ଭିସେସ ଷ୍ଟାଫ କଲେଜ ପରିବର୍ଶନ କରିବେ ରାଷ୍ଟ୍ରପତି । ଏହା ସହ ୭୮ ତମ ଷ୍ଟାଫ ପାଠ୍ୟକ୍ରମରେ ସାମିଲ ହୋଇ ସଦସ୍ୟଙ୍କୁ ସମ୍ବୋଧିତ କରିବେ ରାଷ୍ଟ୍ରପତି । ରାଷ୍ଟ୍ରପତିଙ୍କ ଗସ୍ତକୁ ଦୃଷ୍ଟିରେ ରଖି ତାମିଲନାଡୁରେ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରାଯାଇଛି । ତେବେ ମଦୁରାଇରେ ରାଷ୍ଟ୍ରପତି ମିନାକ୍ଷୀ ମନ୍ଦିର ପରିଦର୍ଶନ କରିବେ । ଦର୍ଶନ ପୂର୍ବରୁ ଗତକାଲି ଏକ ସୁରକ୍ଷା ଦଳ ମଦୁରାଇରେ ପହଞ୍ଚି ସୁରକ୍ଷା ବ୍ୟବସ୍ଥାକୁ ଯାଞ୍ଚ କରିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ