ମହାଶିବରାତ୍ରୀରେ ଭକ୍ତଙ୍କ ପାଇଁ ଆସିଲା ଖୁସି ଖବର

ନୂଆଦିଲ୍ଲୀ(ବଡ଼ ଖବର ବ୍ୟୁରୋ): ମହାଶିବରାତ୍ରୀରେ ଭକ୍ତଙ୍କ ପାଇଁ ଆସିଲା ଖୁସି ଖବର । ଏପ୍ରିଲ ୨୫ରୁ ଖୋଲିବ କେଦାରନାଥ ଧାମ । ମହାଶିବରାତ୍ରି ଅବସରରେ ଉଖୀମଠରେ ପରମ୍ପରାଗତ ପୂଜାର୍ଚ୍ଚନା ହେବା ପରେ ପଞ୍ଚାଙ୍ଗ ଗଣନା ହେବା ସହିତ କେଦାରନାଥ ମନ୍ଦିରର ଦ୍ୱାର କେବେ ଖୋଲାଯିବ ସେନେଇ ମୁହୂର୍ତ୍ତ ନିର୍ଘଣ୍ଟ ହୋଇଛି । ଆସନ୍ତା ଏପ୍ରିଲ ମାସ ୨୫ ତାରିଖ ଦିନ କେଦାରନାଥ ପୀଠ ଖୋଲିବ ।

ସକାଳ ୬ଟା ୨୦ ମିନିଟ୍ ସମୟରେ ମନ୍ଦିରର ଦ୍ୱାର ଖୋଲିବା ନେଇ ସମୟ ଧାର୍ୟ୍ୟ କରାଯାଇଛି । ତେବେ କେଦାରନାଥ ମନ୍ଦିରର କବାଟ ଖୋଲିବା ସହ ଭକ୍ତଙ୍କ ଦର୍ଶନ ମଧ୍ୟ ଆରମ୍ଭ ହେବ । ସୂଚନା ଅନୁସାରେ, ବାବା କେଦାରନାଥଙ୍କ ଡୋଲି ସର୍ବପ୍ରଥମେ ଏପ୍ରିଲ ୨୪ ତାରିଖରେ ସେଠାରେ ପହଞ୍ଚିବ । ଏହା ଓମକାରେଶ୍ୱର ମନ୍ଦିର, ଉଖୀମଠ ଦେଇ କେଦାରନାଥରେ ପହଞ୍ଚିବା ପରେ ବିଧି ମୁତାବକ ଧାର୍ମିକ କାମ ଆରମ୍ଭ ହେବ । ତେବେ ସମସ୍ତ ଧାର୍ମିକ କାମ ଶେଷ ହେବା ପରେ ସକାଳ ୬ଟା ୨୦ ମିନିଟ୍ ସମୟରେ ମନ୍ଦିରର ଦ୍ୱାର ଖୋଲାଯିବ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ