Masthead

ଆଜି ସିବିଆଇରେ ହାଜର ହେବେ ମନୀଷ ସିସୋଦିଆ

ନୂଆଦିଲ୍ଲୀ(ବଡ଼ ଖବର ବ୍ୟୁରୋ): ଦିଲ୍ଲୀ ଉପମୁଖ୍ୟମନ୍ତ୍ରୀ ମନୀଷ ସିସୋଦିଆଙ୍କୁ ସିବିଆଇ ସମନ୍ । ଆଜି ସିବିଆଇରେ ହାଜର ହେବେ ମନୀଷ । କେନ୍ଦ୍ର ସରକାର ତାଙ୍କ ବିରୋଧରେ ସିବିଆଇ ଓ ଇଡିର ପୁରା ଶକ୍ତି ପ୍ରୟୋଗ କରୁଥିବା ସିସୋଦିଆ ଅଭିଯୋଗ ଆଣିଛନ୍ତି । ସେ କହିଛନ୍ତି ପୂର୍ବରୁ ସିବିଆଇ ତାଙ୍କ ଘର ରେଡ୍ କରିଛି । ବ୍ୟାଙ୍କ ଲକ୍କର ମଧ୍ୟ ଯାଞ୍ଚ୍ କରିଛି । ହେଲେ ଯାଞ୍ଚ କରିବା ସତ୍ତ୍ୱେ କିଛି ବି ପାଇନାହିଁ । ଦିଲ୍ଲୀ ମଦ ନୀତି ଦୁର୍ନୀତି ମାମଲାରେ ସିବିଆଇ ତାଙ୍କୁ ଆଜି ହାଜର ହେବାକୁ ସମନ୍ କରିଛି । ଆଜି ଦିନ ୧୧ଟା ବେଳେ ସିସୋଦିଆ ଦିଲ୍ଲୀ ସିବିଆଇ ମୁଖ୍ୟାଳୟରେ ହାଜର ହେବେ । ଦିଲ୍ଲୀର ପିଲାଙ୍କ ପାଇଁ ଭଲ ଶିକ୍ଷା ବ୍ୟବସ୍ଥା କରୁଥିବା ବେଳେ ସେମାନେ ଏହା ଚାହୁଁ ନଥିବା କହିଛନ୍ତି ସୋସିଦିଆ । ତେବେ ତଦନ୍ତରେ ସେ ପୂର୍ବରୁ ସହଯୋଗ କରୁଥିଲେ ଏବଂ ଆଗକୁ ବି ସହଯୋଗ କରିବେ ବୋଲି ସୂଚନା ଦେଇଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’