ଗୋ ଚାଲାଣ ସନ୍ଦେହରେ ଅପହରଣ କରି ହତ୍ୟା

ନୂଆଦିଲ୍ଲୀ(ବଡ଼ ଖବର ବ୍ୟୁରୋ): ଗୋ ଚାଲାଣ ସନ୍ଦେହରେ ଗାଡ଼ି ସହ ଦୁଇ ଯୁବକଙ୍କୁ ଜାଳି ଦେଲେ । ରାଜସ୍ଥାନର ଭରତପୁରରେ ଦେଖିବାକୁ ମିଳିଛି ଏଭଳି ଅଭାବନୀୟ ଘଟଣା । ଏହି ମାମଲାରେ ପୁଲିସ ମୁଖ୍ୟ ଅଭିଯୁକ୍ତ ରିଙ୍କୁ ସୋନିକୁ ଗିରଫ କରି ରିମାଣ୍ଡରେ ନେଇଛି। ରାଜସ୍ଥାନ ଭରତପୁରର ଏକ ଅଦାଲତ ଅଭିଯୁକ୍ତ ରିଙ୍କୁ ସୋନିକୁ ୫ ଦିନିଆ ପୁଲିସ ରିମାଣ୍ଡରେ ପଠାଇଛନ୍ତି। ଏହାରି ଭିତରେ ରାଜସ୍ଥାନର ଶିକ୍ଷା ମନ୍ତ୍ରୀ ଜାହିଦା ଖାନ୍‌ଙ୍କ ନେତୃତ୍ୱରେ ଏକ ପ୍ରତିନିଧିମଣ୍ଡଳ ମୁଖ୍ୟମନ୍ତ୍ରୀ ଅଶୋକ ଗେହଲଟଙ୍କୁ ଭେଟି ଏହି ମାମଲାରେ ଆଲୋଚନା କରିଛି। ସୂଚନା ଅନୁସାରେ ବୁଧବାର ଦିନ ରାଜସ୍ଥାନର ଭରତପୁର ଜିଲ୍ଲାର ଘାଟମିକା ଗାଁରେ ରହୁଥିବା ଦୁଇ ମୁସଲିମ ଯୁବକ ନାସିର ଓ ଜୁନୈଦଙ୍କ ମୃତଦେହ ଭିୱାନୀ ଅଞ୍ଚଳର ଲୋହାରୁରେ ଏକ ଜଳନ୍ତା ବୋଲେରୋ ଗାଡି ଭିତରୁ ମିଳିଥିଲା। ଏହି ଦୁଇ ଜଣକଙ୍କୁ କିଛି ଗୋରକ୍ଷକ ବୁଧବାର ଦିନ ଅପହରଣ କରିନେଇଥିବା ଅଭିଯୋଗ ହୋଇଥିଲା।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ