Masthead

ତୁର୍କୀରେ ପୁଣି ଭୂମିକମ୍ପ ଝଟକା

ନୂଆଦିଲ୍ଲୀ(ବଡ଼ ଖବର ବ୍ୟୁରୋ): ପୁଣି ଥରିଲା ତୁର୍କୀ । ତୁର୍କୀରେ ରିକ୍ଟର ସ୍କେଲରେ ଭୂକମ୍ପର ତୀବ୍ରତା ୫.୨ ରହିଛି । ୟୁରୋପୀୟ ଭୂମଧ୍ୟସାଗରୀୟ ସିସ୍ମୋଲୋଜିକାଲ ସେଣ୍ଟର ଅନୁଯାୟୀ, ଭୂକମ୍ପ ୧୦ କିଲୋମିଟର ଗଭିରତାରେ ରହିଥିଲା । ତେବେ ଭୂକମ୍ପରେ କୌଣସି କ୍ଷୟକ୍ଷତିର ସୂଚନା ଏପର୍ୟ୍ୟନ୍ତ ମିଳିନାହିଁ । ୬ ଫେବୃଆରୀରେ ହୋଇଥିବା ତୁର୍କୀ ଓ ସିରିଆ ଭୂମିକମ୍ପରେ ଦିନକୁ ଦିନ ବଢୁଛି ମୃତ୍ୟୁସଂଖ୍ୟା ।

ବର୍ତ୍ତମାନସୁଦ୍ଧା ୪୬ ହଜାର ପାର କରିଛି ମୃତ୍ୟୁସଂଖ୍ୟା । ତୁର୍କୀ ଓ ସିରିଆରେ ଆସିଥିବା ବିନାଶକାରୀ ଭୂକମ୍ପ ପରେ ସାରା ବିଶ୍ୱର ଉଦ୍ଧାରକାରୀ ଦଳ ସେଠାରେ ପହଞ୍ଚିଛନ୍ତି । ଭଗ୍ନାବଶେଷ ତଳୁ ଏବେବି ମୃତଦେହ ଉଦ୍ଧାର କାର୍ଯ୍ୟ ଯାରି ରହିଛି । କେବଳ ତୁର୍କୀରେ ମୃତକଙ୍କ ସଂଖ୍ୟା ୪୦,୬୪୨ ଥିବା ବେଳେ ସିରିଆରେ ମୃତକଙ୍କ ସଂଖ୍ୟା ୫,୮୦୦ରେ ପହଞ୍ଚିଲାଣି । ଏକ ଗଣମାଧ୍ୟମ ରିପୋର୍ଟ ଅନୁଯାୟୀ ତୁର୍କୀ ଓ ସିରିଆରେ ୨୦ ଲକ୍ଷରୁ ଅଧିକ ଲୋକ ବାସହରା ହୋଇଥିବା ବେଳେ ଏବେ ଆଶ୍ରୟସ୍ଥଳରେ ରହୁଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଅକ୍ଟୋବରରୁ ଡିସେମ୍ବର ମଧ୍ୟରେ ୩ ବାତ୍ୟାର ଆଶଙ୍କା, ଗୋଟିଏ ନେଇ ପାରେ ଶକ୍ତିଶାଳୀ ରୂପ 🔴 ‘ନୂଆଖାଇ’ ପାଇଁ ଚଳଚଞ୍ଚଳ ପଶ୍ଚିମ ଓଡ଼ିଶା 🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ଅକ୍ଟୋବରରୁ ଡିସେମ୍ବର ମଧ୍ୟରେ ୩ ବାତ୍ୟାର ଆଶଙ୍କା, ଗୋଟିଏ ନେଇ ପାରେ ଶକ୍ତିଶାଳୀ ରୂପ 🔴 ‘ନୂଆଖାଇ’ ପାଇଁ ଚଳଚଞ୍ଚଳ ପଶ୍ଚିମ ଓଡ଼ିଶା 🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର