Masthead

ଏଆଇଏମଆଇଏମ ମୁଖ୍ୟ ଅସଦୁଦ୍ଦିନଙ୍କ ଘରେ ପଥର ମାଡ଼

ନୂଆଦିଲ୍ଲୀ(ବଡ଼ ଖବର ବ୍ୟୁରୋ): ଅଲ ଇଣ୍ଡିଆ ମଜଲିସ-ଇ-ଇଥାହାଦୁଲ ମୁସଲିମ (ଏଆଇଏମଆଇଏମ) ମୁଖ୍ୟ ଅସଦୁଦ୍ଦିନ ଓୱେସୀଙ୍କ ଦିଲ୍ଲୀ ବାସଭବନ ଉପରକୁ ପଥର ମାଡ଼ । ରବିବାର ବିଳମ୍ବିତ ରାତିରେ ଅସଦୁଦ୍ଦିନ ଓୱେସୀ ଘରେ ଦୁର୍ବୃତ୍ତମାନେ ପଥର ଫିଙ୍ଗିଥିବାର ଅଭିଯୋଗ ହୋଇଛି । ପଥର ଫିଙ୍ଗିବା ପରେ ଘରର ଝାରକା ଭାଙ୍ଗି ଯାଇଥିଲା। ଏହି ଘଟଣା ପରେ ପୋଲିସକୁ ସୂଚନା ଦେଇଥିଲେ ଅସଦୁଦ୍ଦିନ ଓୱେସୀ । ଏଆଇଏମ୍ଆଇଏମ୍ ମୁଖ୍ୟ ଅସଦୁଦ୍ଦିନ ଓୱେସୀ ଅଭିଯୋଗ କରିଛନ୍ତି ଯେ କିଛି ଅଜଣା ଦୁଷ୍କର୍ମକାରୀ ଦିଲ୍ଲୀ ବାସଭବନରେ ପଥର ଫିଙ୍ଗିଥିଲେ।

ଏହି ଘଟଣାର ସୂଚନା ପାଇବା ପରେ ଅତିରିକ୍ତ ଡିସିପିଙ୍କ ନେତୃତ୍ୱରେ ଦିଲ୍ଲୀ ପୋଲିସର ଏକ ଟିମ୍ ଓୱେସୀଙ୍କ ଘରକୁ ଯାଇ ଘଟଣାସ୍ଥଳରୁ ପ୍ରମାଣ ସଂଗ୍ରହ କରିଥିଲେ। ୨୦୧୪ ପରଠାରୁ ଏହା ପ୍ରଥମ ଘଟଣା ନୁହେଁ ବୋଲି ଓୱେସୀ କହିଛନ୍ତି । ଏହାପୂର୍ଵରୁ ମଧ୍ୟ ଏହି ଘଟଣା ଘଟିଛି ବରଂ ଏହା ହେଉଛି ଚତୁର୍ଥ ଆକ୍ରମଣ। ।  ଅପରାଧୀଙ୍କୁ ତୁରନ୍ତ ଧରାଯିବା ସହ ତାଙ୍କ ଉପରେ ତୁରନ୍ତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବା ଉଚିତ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବାଂଲାଦେଶ ନୋଟରୁ ହଟିଲା ଶେଖ୍ ମୁଜିବୁରଙ୍କ ଫଟୋ 🔴 କମଲ ହାସନଙ୍କ ‘ଠଗ୍ ଲାଇଫ’ ବିବାଦ 🔴 ଜମ୍ମୁକାଶ୍ମୀରର ଚେନାବ ରେଳ ସେତୁ, କ’ଣ ରହିଛି ଏଠି… 🔴 ଝଲସି ଉଠିଲା ଅଯୋଧ୍ୟା ରାମ ମନ୍ଦିରର ଶିଖର 🔴 କିଏ ଜିତିବ ଆଇପିଏଲ ଫାଇନାଲ ମ୍ୟାଚ 🔴 ଖୁବଶୀଘ୍ର ତୃତୀୟ ବିଶ୍ୱଯୁଦ୍ଧ! 🔴 ରଜିତ ଗୁପ୍ତା ହେଲେ JEE ଆଡଭାନ୍ସ ଟପ୍ପର 🔴 ରାଜୀବ ଶୁକ୍ଳା ହୋଇପାରନ୍ତି ବିସିସିଆଇର ସଭାପତି 🔴 ଫାଇନାଲରେ ପଞ୍ଜାବ କିଙ୍ଗସ୍‌ 🔴 ଅତିରିକ୍ତ ତହସିଲଦାରଙ୍କୁ ମାଫିଆଙ୍କ ଆକ୍ରମଣ 🔴 ବାଂଲାଦେଶ ନୋଟରୁ ହଟିଲା ଶେଖ୍ ମୁଜିବୁରଙ୍କ ଫଟୋ 🔴 କମଲ ହାସନଙ୍କ ‘ଠଗ୍ ଲାଇଫ’ ବିବାଦ 🔴 ଜମ୍ମୁକାଶ୍ମୀରର ଚେନାବ ରେଳ ସେତୁ, କ’ଣ ରହିଛି ଏଠି… 🔴 ଝଲସି ଉଠିଲା ଅଯୋଧ୍ୟା ରାମ ମନ୍ଦିରର ଶିଖର 🔴 କିଏ ଜିତିବ ଆଇପିଏଲ ଫାଇନାଲ ମ୍ୟାଚ 🔴 ଖୁବଶୀଘ୍ର ତୃତୀୟ ବିଶ୍ୱଯୁଦ୍ଧ! 🔴 ରଜିତ ଗୁପ୍ତା ହେଲେ JEE ଆଡଭାନ୍ସ ଟପ୍ପର 🔴 ରାଜୀବ ଶୁକ୍ଳା ହୋଇପାରନ୍ତି ବିସିସିଆଇର ସଭାପତି 🔴 ଫାଇନାଲରେ ପଞ୍ଜାବ କିଙ୍ଗସ୍‌ 🔴 ଅତିରିକ୍ତ ତହସିଲଦାରଙ୍କୁ ମାଫିଆଙ୍କ ଆକ୍ରମଣ