Masthead

ଚିହ୍ନ ପାଇଁ ସୁପ୍ରିମକୋର୍ଟ ଗଲେ ଉଦ୍ଧବ ଠାକରେ

ମହାରାଷ୍ଟ୍ର(ବଡ଼ ଖବର ବ୍ୟୁରୋ): ଚିହ୍ନ ପାଇଁ ସୁପ୍ରିମକୋର୍ଟ ଗଲେ ଉଦ୍ଧବ ଠାକରେ । ତତ୍କାଳ ଶୁଣାଣି ପାଇଁ ମନା କଲେ ସର୍ବୋଚ୍ଚ ନ୍ୟାୟାଳୟ । ନିର୍ବାଚନ କମିଶନ ଶିବସେନାର ନାମ ଏବଂ ଦଳୀୟ ଚିହ୍ନ ଏକନାଥ ସିନ୍ଦେ ଗୋଷ୍ଠୀକୁ ପ୍ରଦାନ କରିବା ପରେ ଏହା ବିରୋଧରେ ସୁପ୍ରିମକୋର୍ଟରେ ଦ୍ୱାରସ୍ତ ହୋଇଛନ୍ତି ଉଦ୍ଧବ ଠାକରେ । ମାମଲାର ଶୀଘ୍ର ଶୁଣାଣି ପାଇଁ ଉଦ୍ଧବ ଠାକରେ ଗୋଷ୍ଠୀ ଦାବି କରିଥିବା ବେଳେ ଶୀଘ୍ର ଶୁଣାଣି ପାଇଁ ମନାକରିଦେଇଛନ୍ତି ସୁପ୍ରିମକୋର୍ଟ । ପରବର୍ତ୍ତୀ ଶୁଣାଣି କେବେ ହେବ ସେ ନେଇ ସମୟ ତାରିଖ ଧାର୍ୟ୍ୟ କରାଯିବ । ନିର୍ବାଚନ କମିଶନ ମୋଦୀଙ୍କ ସରକାରଙ୍କ ହାତବାରିଶି ସାଜିଥିବା ଅଭିଯୋଗ ଆଣିବା ସହ ଶିବସେନାର ଅସଲି ହକଦାର ବୋଲି ଦାବି କରିଛନ୍ତି ଉଦ୍ଧବ ଠାକରେ । ଶିବସେନାର ନାମ ଏବଂ ଚିହ୍ନ ପାଇଁ ୨ ହଜାର କୋଟିର ଡିଲ ହୋଇଥିବା ନେଇ ମଧ୍ୟ ଅଭିଯୋଗ ଆଣିଛନ୍ତି ଶିବସେନା ନେତା ସଞ୍ଜୟ ରାଉତ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ