Masthead

ବାଲେଶ୍ୱରରେ ଏସିଡ୍ ମାଡ଼, ୪ ଗୁରୁତର

ବାଲେଶ୍ୱର(ବଡ଼ ଖବର ବ୍ୟୁରୋ): ବାଲେଶ୍ଵରରେ ଅଭାବନୀୟ ଘଟଣା । ସ୍ୱାମୀର ଏସିଡ୍ ମାଡ଼ରେ ଦ୍ଵିତୀୟ ସ୍ତ୍ରୀ ଓ ତାଙ୍କ ଭଉଣୀ ସମେତ ଦୁଇ ଶିଶୁ ଗୁରୁତର ଆହତ । ପ୍ରେମ ବ୍ୟାପାରକୁ ନେଇ ଏସିଡ୍ ମାଡ଼ ହୋଇଥିବା ଅଭିଯୋଗ ହୋଇଛି। ନୀଳଗିରି ସନ୍ତରା ଗାଡିଆ ଅଞ୍ଚଳର ଚନ୍ଦନ ରଣା ଗତ ଦେଢ଼ ମାସ ତଳେ ରେମୁଣା ବ୍ଲକ୍ ଭୀମପୁରା ଅଞ୍ଚଳର ବନିତା ସିଂ କୁ ବିବାହ କରିଥିଲେ । ଉଭୟଙ୍କ ବିବାହ ପରେ ଜଣାପଡିଥିଲା ଯେ ଚନ୍ଦନ ପୂର୍ବରୁ ବିବାହ କରିଥିବା ବେଳେ ତାଙ୍କର ୨ଟି ସନ୍ତାନ ରହିଛି । ତେବେ ବନିତାଙ୍କ ପରିବାର ଏସବୁ କଥା ଜାଣିବା ପରେ ବିବାଦ ସୃଷ୍ଟି ହୋଇଥିଲା । ଉଭୟ ଅଲଗା ହୋଇ ରହିଥିଲେ ।

ଏହି ଘଟଣାକୁ ନେଇ ପୂର୍ବରୁ ଥାନାକୁ ମାମଲା ଯାଇଥିବା ଉଭୟ ପରିବାରର ଆଲୋଚନା ଭିତରେ ଉଭୟେ ଅଲଗା ହୋଇ ରହିଥିଲେ । ଅଭିଯୋଗ ଅନୁସାରେ ଆଜି ଚନ୍ଦନ ଶ୍ୱଶୂର ଘରକୁ ଆସିଥିଲେ। ସେଠାରେ ଚନ୍ଦନ ଓ ବନିତାଙ୍କ ମଧ୍ୟରେ ପାଟିତୁଣ୍ଡ ହୋଇଥିଲା। ଏଥିରେ ଉତକ୍ଷିପ୍ତ ହୋଇ ବନିତାଙ୍କ ଉପରକୁ ଚନ୍ଦନ ଏସିଡ୍‌ ଫିଙ୍ଗିଥିବା ଅଭିଯୋଗ ହୋଇଛି। ବନିତାଙ୍କ ଚିତ୍କାର ଶୁଣି ତାଙ୍କ ବଡ଼ଭଉଣୀ ବର୍ଷା ଓ ତାଙ୍କ ଦୁଇ ପିଲା ଧାଇଁ ଆସିଥିଲେ। ସେମାନେ ମଧ୍ୟ ଏସିଡ ମାଡ଼ରେ ଗୁରୁତର ଆହତ ହୋଇଛନ୍ତି । ସମସ୍ତଙ୍କୁ ବାଲେଶ୍ୱର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି। ଅନ୍ୟପକ୍ଷରେ ଏସିଡ୍ ମାଡ଼ କରି ଅଭିଯୁକ୍ତ ଘଟଣାସ୍ଥଳରୁ ଫେରାର ହୋଇଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି