Masthead

୨୫ରେ ପ୍ରିୟଙ୍କା-ଦିବ୍ୟଶଙ୍କରଙ୍କ ବିବାହ

କଳାହାଣ୍ଡି(ବଡ଼ ଖବର ବ୍ୟୁରୋ): ବଲାଙ୍ଗିର ଓ ସମ୍ବଲପୁର ଜିଲ୍ଲାପାଳଙ୍କ ଭଳି ବିଧାୟକ ଦିବ୍ୟଶଙ୍କର ମିଶ୍ର ଓ ପ୍ରିୟଙ୍କା ଅଗସ୍ତି ବିବାହ କରିବାକୁ ଯାଉଛନ୍ତି । ଦୁଇ ଜିଲ୍ଲାପାଳ ପୂର୍ବରୁ ବିବାହ କରିଥିଲେ ଠିକ୍ ସେହିପରି ପୁଣି ଦିବ୍ୟଶଙ୍କର ଓ ପ୍ରିୟକାଙ୍କ ଅବସ୍ଥା । ଜୁନାଗଡ଼ ବିଧାୟକ କ୍ୟାପଟେନ ଦିବ୍ୟଶଙ୍କର ମିଶ୍ର ନିଜ ନିର୍ବାଚନମଣ୍ଡଳୀ ଅନ୍ତର୍ଗତ ଗୋଲାମୁଣ୍ଡା ବ୍ଲକ ଦେକୋଟ ଗାଁର ଇଞ୍ଜିନିୟର ଯୁବତୀଙ୍କୁ ଦ୍ୱିତୀୟ ବିବାହ କରିବାକୁ ଯାଉଛନ୍ତି । ବେଙ୍ଗାଲୁରୁରେ ସପ୍ଟୱେର ଇଞ୍ଜିନିୟର ଥିବା ଦେକୋଟ ଗ୍ରାମର ଭବାନୀ ଅଗସ୍ତିଙ୍କ ଝିଅ ପ୍ରିୟଙ୍କା ଅଗସ୍ତି (ପିନା)ଙ୍କୁ ବିବାହ କରିବେ ଦିବ୍ୟଶଙ୍କର ।

ଏହା ଦିବ୍ୟଶଙ୍କର ଓ ପ୍ରିୟଙ୍କାଙ୍କ ହେବ ଦ୍ଵିତୀୟ ବିବାହ । ଆସନ୍ତା ୨୫ ତାରିଖରେ ପୁରୀର ଏକ ଶିବ ମନ୍ଦିରରେ ବିବାହ ଉତ୍ସବର ଆୟୋଜନ କରାଯାଉଛି । ପ୍ରିୟଙ୍କା ପୂର୍ବରୁ ଧର୍ମଗଡ଼ର ଜଣଙ୍କୁ ବିବାହ କରିଥିଲେ । ୨ବର୍ଷ ପୂର୍ବରୁ ତାଙ୍କର ଛାଡପତ୍ର ହୋଇଥିଲା । ସେହିପରି ଦିବ୍ୟଶଙ୍କର ମଧ୍ୟ ଜୟପାଟଣାର ଜଣଙ୍କୁ ବିବାହ କରିଥିଲେ । କୌଣସି କାରଣରୁ ସେମାନେ ପରସ୍ପରକୁ ଛାଡପତ୍ର ଦେଇଥିଲେ । ବିଧାୟକ କ୍ୟାପଟେନ ଦିବ୍ୟଶଙ୍କରଙ୍କ ଗୋଟିଏ ପୁଅ ଅଛନ୍ତି ।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା