ଦୋଳପୂର୍ଣ୍ଣିମାକୁ ନେଇ ଆଜି ଛତିଶା ନିଯୋଗ ବୈଠକ

ପୁରୀ  (ବଡ଼ ଖବର ବ୍ୟୁରୋ): ଆଗାମୀ ଦୋଳପୂର୍ଣିମାକୁ ନେଇ ଶ୍ରୀମନ୍ଦିରରେ ଦୋଳପୂର୍ଣ୍ଣିମା ନୀତି ନିର୍ଘଣ୍ଟ ନେଇ ଆଜି ସନ୍ଧ୍ୟା ୫ଟାରେ ବସିବ ଛତିଶା ନିଯୋଗ ବୈଠକ। ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ବୀର ବିକ୍ରମ ଯାଦବଙ୍କ ଅଧ୍ୟକ୍ଷତାରେ ବସିବ ବୈଠକ। ବୈଠକରେ ପୁରୀ ଜିଲ୍ଲାପାଳ ତଥା ଶ୍ରୀମନ୍ଦିର ଉପମୁଖ୍ୟ ପ୍ରଶାସକ ସମର୍ଥ ବର୍ମା, ଏସପି ଡଃ କନୱର ବିଶାଳ ସିଂ, ଶ୍ରୀମନ୍ଦିର ନୀତି ଓ ଉନ୍ନୟନ ପ୍ରଶାସକଙ୍କ ସହ ଛତିଶା ନିଯୋଗର ସେବାୟତ ପ୍ରତିନିଧିମାନେ ବୈଠକରେ ଯୋଗ ଦେବେ।

ଆସନ୍ତା ୬ ତାରିଖରେ ମେଣ୍ଢା ପୋଡ଼ି ଓ ୭ରେ ଦୋଳପୂର୍ଣ୍ଣିମା ଥିବାରୁ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ସ୍ବତନ୍ତ୍ର ନୀତିକାନ୍ତି ଅନୁଷ୍ଠିତ ହେବ। ଏଥିପାଇଁ ଛତିଶା ନିଯୋଗ ବୈଠକରେ ନୀତିକାନ୍ତି ଚୁଡାନ୍ତ ହେବ। ସେହିପରି ଦୋଳପୂର୍ଣ୍ଣିମାରେ ମହାପ୍ରଭୁଙ୍କ ସୁନାବେଶ ବା ରାଜରାଜେଶ୍ବର ବେଶ ଅନୁଷ୍ଠିତ ହେବାକୁ ଥିବାରୁ ନୀତିକାନ୍ତିକୁ ଶୃଙ୍ଖଳିତ କରିବା ନେଇ ଆଲୋଚନା ହେବ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଚୌଦ୍ୱାର ଜେଲ କଳି ବଢାଇଲା ଅଡ଼ୁଆ 🔴 ଭଞ୍ଜନଗର ଗିଡ଼ିପାବାଲି ଗାଁରେ ଧସିଲା ପାହାଡ଼, ୧୨ ନିଖୋଜ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 ଚୌଦ୍ୱାର ଜେଲ କଳି ବଢାଇଲା ଅଡ଼ୁଆ 🔴 ଭଞ୍ଜନଗର ଗିଡ଼ିପାବାଲି ଗାଁରେ ଧସିଲା ପାହାଡ଼, ୧୨ ନିଖୋଜ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’