Masthead

ସିସୋଦିଆଙ୍କ ବଢିଲା ଅଡ଼ୁଆ, କରାଯିବ ସିବିଆଇ ଯାଞ୍ଚ

ନୂଆଦିଲ୍ଲୀ(ବଡ଼ ଖବର ବ୍ୟୁରୋ): ବଢିଲା ଦିଲ୍ଲୀ ଉପମୁଖ୍ୟମନ୍ତ୍ରୀ ମନୀଷ ସିସୋଦିଆଙ୍କ ଅଡୁଆ, କରାଯିବ ସିବିଆଇ ଯାଂଚ । କେନ୍ଦ୍ର ଗୃହମନ୍ତ୍ରଣାଳୟ ଦେଲା ଅନୁମତି । ଗୃହମନ୍ତ୍ରଣାଳୟ ତରଫରୁ ଫିଡବ୍ୟାକ୍ ୟୁନିଟ ସହାୟତାରେ ଗୁଇନ୍ଦାଗିରି କରିବା ମାମଲାରେ ସିବିଆଇ ତଦନ୍ତକୁ ଅନୁମତି ଦେଇଛନ୍ତି । ସିବିଆଇ ତରଫରୁ କିଛିଦିନ ପୂର୍ବେ ଫିଡବ୍ୟାକ୍ ୟୁନିଟ ମାଧ୍ୟମରେ ଗୁଇନ୍ଦା ଗିରି କରିବା ମାମଲାରେ ଦିଲ୍ଲୀ ଉପ ମୁଖ୍ୟମନ୍ତ୍ରୀଙ୍କ ଓ ଅନ୍ୟ ଅଧିକାରୀଙ୍କ ବିରୋଧରେ ମାମଲା ରୁଜୁ କରିବାକୁ କେନ୍ଦ୍ର ଗୃହମନ୍ତ୍ରଣାଳୟକୁ ଅନୁମତି ମାଗିଥିଲା ।

ଉପ ରାଜ୍ୟପାଳଙ୍କ ସୁପାରିଶ ଓ କେନ୍ଦ୍ର ଗୃହମନ୍ତ୍ରଣାଳୟର ନିର୍ଦ୍ଦେଶ ପରେ ଏବେ ମନୀଷ ସିସୋଦିଆ ଓ ଅନ୍ୟ କର୍ମଚାରୀଙ୍କ ବିରୋଧରେ ସିବିଆଇ ତଦନ୍ତ କରାଯିବ । ଅବକାରୀ ଦୁର୍ନୀତି ମାମଲାରେ ମନୀଷ ସିସୋଦିଆଙ୍କ ନାମରେ ସିବିଆଇରେ ଯାଂଚ ଚାଲିଛି । ଏନେଇ ସିବିଆଇ ତରଫରୁ ସିସୋଦିଆଙ୍କ ବାସଭବନ ଓ ବ୍ୟାଙ୍କ ଲକର ଉପରେ ଚଢାଉ କରାଯାଇଥିଲା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ