Masthead

ଅଟୋରେ ପ୍ରସବ 

କାଶୀପୁର (ବଡ଼ ଖବର ବ୍ୟୁରୋ): ପୁଣିଥରେ ଫେଲ ମାରିଛି ସରକାରଙ୍କ ୧୦୮ ଆମ୍ବୁଲାନ୍ସ ଯୋଜନା । ଅଟୋରେ ପ୍ରସବ କଲେ ମହିଳା । ରାୟଗଡା ଜିଲ୍ଲା କାଶୀପୁର ବ୍ଳକ ବାଙ୍କମ୍ବା ପଞ୍ଚାୟତ ତଳ କୋଡିଙ୍ଗା ଗାଁରେ ଦେଖିବାକୁ ମିଳିଛି ଏଭଳି ଅଭାବନୀୟ ଦୃଶ୍ୟ । ମନୋହର ମୁଦୁଲୀଙ୍କ ସ୍ତ୍ରୀ ପ୍ରସବ ବେଦନାରେ ଛଟପଟ ହେଉଥିଲେ । ମେଡିକାଲ ନେବା ଲାଗି ୧୦୮ ଆମ୍ବୁଲାନ୍ସକୁ ଯୋଗାଯୋଗ କରିଥିଲେ ସୁଦ୍ଧା ଠିକ ସମୟରେ ପହଁଞ୍ଚି ପାରିନଥିଲା । ଶେଷର ପରିବାର ଲୋକ ଆଶାକର୍ମୀଙ୍କ ସହାୟତାରେ ଅଟୋ ଯୋଗେ ମହିଳାଙ୍କୁ ମେଡିକାଲ ନେଉଥିବା ବେଳେ ଅଧାବାଟରେ ପ୍ରସବ କରିଥିଲେ । କିଛି ସମୟପରେ ୧୦୮ ଆମ୍ବୁଲାନ୍ସ ପହଁଞ୍ଚି ମା’ ଛୁଆଙ୍କୁ ନେଇ ଟିକିରି ସ୍ୱାସ୍ଥ୍ୟକେନ୍ଦ୍ରରେ ପହଁଞ୍ଚିଥିଲା । ଛୁଆର ସ୍ୱାସ୍ଥ୍ୟ ଅବସ୍ଥା ଗୁରୁତର ଥିବାରୁ ତାଙ୍କୁ ରାୟଗଡା ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତରିତ କରାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ