Masthead

ବିଦାୟ ବେଳାରେ…

ବିଶାଖାପାଟନାମ (ବଡ଼ ଖବର ବ୍ୟୁରୋ): ଆନ୍ଧ୍ରର ରାଜ୍ୟପାଳ ଥିବା ବିଶ୍ୱ ଭୂଷଣ ହରିଚନ୍ଦନଙ୍କୁ ଛତିଶଗଡ଼ର ରାଜ୍ୟପାଳ ଭାବେ ନିଯୁକ୍ତି ଦିଆଯାଇଛି । ଆନ୍ଧ୍ରରାଜଭବନ ଛାଡ଼ି ବିଶ୍ୱଭୂଷଣ ରାଏପୁର ରାଜଭବନ ଯିବାବେଳେ ଆନ୍ଧ୍ରରେ ଦିଆଯାଇଥିଲା ବିଦାୟ ସମ୍ବର୍ଦ୍ଧନା । ମୁଖ୍ୟମନ୍ତ୍ରୀ ଜଗନମୋହନ ରେଡ୍ଡୀ ବିଶ୍ୱଭୁଷଣଙ୍କୁ ବିଦାୟ ଦେବା ଅବସରରେ ତାଙ୍କ ପାଦ ଛୁଇଁ ଆଶୀର୍ବାଦ ଭିକ୍ଷା କରିଥିଲେ । ସ୍ମିତ ହାସ୍ୟରେ ପୂର୍ବତନ ରାଜ୍ୟପାଳ ବିଶ୍ୱଭୂଷଣ ମୁଖ୍ୟମନ୍ତ୍ରୀ ଜଗନମୋହନଙ୍କ ଉପରେ ଢାଳି ଦେଇଥିଲେ ଶୁଭାଶିଷ । ଏହି ଦୃଶ୍ୟକୁ ସେଠାରେ ଉପସ୍ଥିତ ଥିବା ବରିଷ୍ଠ ଅଧିକାରୀ ଓ ଆନ୍ଧ୍ର ମନ୍ତ୍ରିମଣ୍ଡଳର ଅନେକ ସଦସ୍ୟ ଉପଭୋଗ କରିଥିଲେ । କିଛି ନେତାଙ୍କ ଆଖି ଲୁହରେ ଓଦା ହୋଇଯାଇଥିଲା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ