Masthead

ସମ୍ବେଦନଶୀଳ ଘଟଣା ଉପରେ ରାଜନୀତି କରିବା ଅନୁଚିତ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ):  ମନ୍ତ୍ରୀ ନବ ଦାସଙ୍କ ହତ୍ୟାକୁ ନେଇ ବିରୋଧୀ କଂଗ୍ରେସ ଓ ବିଜେପି ରାଜ୍ୟ ସରକାରଙ୍କୁ ଘେରିଛନ୍ତି । ଗୃହ ଚାଲିପାରୁନି । ବାଧ୍ୟ ହୋଇ ଗୃହ ବିଭାଗ ଦାୟିତ୍ୱରେ ଥିବା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ବିଧାନସଭାରେ ବକ୍ତବ୍ୟ ରଖିଛନ୍ତି । ଉଚ୍ଚ ସାମ୍ବିଧାନିକ ପଦବୀ ଅଳଙ୍କୃତ କରିଥିବା ଜଣେ ବ୍ୟକ୍ତି ଦାୟିତ୍ବରେ ଥିବା ଜଣେ ମହିଳା ପୋଲିସ ଅଧିକାରୀଙ୍କୁ ଆକ୍ରମଣ କରିବା ଅତ୍ୟନ୍ତ ନିନ୍ଦନୀୟ ଓ ଅଶୋଭନୀୟ । ଓଡ଼ିଶା ସବୁବେଳେ ମହିଳାମାନଙ୍କୁ ସମ୍ମାନ ଜଣାଇଆସିଛି ଏବଂ ଏଭଳି ଲଜ୍ଜାଜନକ ଆଚରଣକୁ ଓଡ଼ିଶାବାସୀ କେବେ କ୍ଷମା ଦେବେ ନାହିଁ।

ଆମର ଅନେକ ଏପରି ବିଷୟ ଅଛି ଯେଉଁଥିରେ କି ଆମେ ଭିନ୍ନମତ ହେବା, ଯୁକ୍ତି କରିବା ବା ବିତର୍କ ମଧ୍ୟ କରିପାରିବା; କିନ୍ତୁ ଆମେ କେବେ ବି ଏକ ସମ୍ବେଦନଶୀଳ ଘଟଣା ଉପରେ ରାଜନୀତି କରିବା ଉଚିତ ନୁହେଁ । ମୋ ସରକାରର ଏକମାତ୍ର ଲକ୍ଷ୍ୟ ହେଉଛି ଏହିଭଳି ଅପରାଧ କରୁଥିବା ଅପରାଧୀମାନଙ୍କୁ ଆଇନର କାଠଗଡାକୁ ଆଣିବା ଏବଂ ସେମାନଙ୍କୁ କଠୋର ଦଣ୍ଡ ଦେବା । ଓଡ଼ିଶାବାସୀ ବାରମ୍ବାର ମୋ ଉପରେ ବିଶ୍ବାସ ରଖିଛନ୍ତି ଓ ଦାୟିତ୍ବ ଅର୍ପଣ କରିଛନ୍ତି ଏବଂ ମୁଁ ବିନା ଭୟ ବା ପକ୍ଷପାତରେ ସେମାନଙ୍କର ଏହି ଭରସାକୁ ବଜାୟ ରଖିବା ପାଇଁ କାମ କରିଚାଲିଛି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ