Masthead

ମନ୍ତ୍ରୀ ନବକିଶୋର ଦାସଙ୍କର ମୃତ୍ୟୁ ବେଦନାଦାୟକ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ମନ୍ତ୍ରୀ ନବ ଦାସଙ୍କ ହତ୍ୟାକୁ ନେଇ ବିରୋଧୀ କଂଗ୍ରେସ ଓ ବିଜେପି ରାଜ୍ୟ ସରକାରଙ୍କୁ ଘେରିଛନ୍ତି । ଗୃହ ଚାଲିପାରୁନି । ବାଧ୍ୟ ହୋଇ ଗୃହ ବିଭାଗ ଦାୟିତ୍ୱରେ ଥିବା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ବିଧାନସଭାରେ ବକ୍ତବ୍ୟ ରଖିଛନ୍ତି । ଓଡ଼ିଶାର ପୂର୍ବତନ କ୍ୟାବିନେଟ ମନ୍ତ୍ରୀ ନବକିଶୋର ଦାସଙ୍କର ମୃତ୍ୟୁ ଆମ ସମସ୍ତଙ୍କ ପାଇଁ ଅତ୍ୟନ୍ତ ଦୁଃଖ ଓ ବେଦନାଦାୟକ । ଯେତେବେଳେ ଆମେ ଏ ଗୃହରେ ଏକାଠି ହେଲେ, ସେତେବେଳେ ଆମେ ସ୍ବର୍ଗତ ଦାସଙ୍କ ଆତ୍ମାର ସଦ୍‌ଗତି କାମନା କରିବା ସହ ତାଙ୍କ ପରିବାରବର୍ଗଙ୍କୁ ମଧ୍ୟ ଗଭୀର ସମବେଦନା ଜଣାଇଲେ । ତାଙ୍କ ବିୟୋଗରେ, ଓଡ଼ିଶା ବିଶେଷ କରି ପଶ୍ଚିମ ଓଡ଼ିଶାର ବିକାଶ ପାଇଁ ସମର୍ପିତ ଭାବରେ କାର୍ଯ୍ୟ କରୁଥିବା ଜଣେ ପ୍ରଗତିଶୀଳ ନେତା ଓ ଆମର ଜଣେ ପ୍ରିୟ ସହଯୋଗୀଙ୍କୁ ଆମେ ହରାଇଲୁ ।

ଜାନୁଆରୀ ୨୯ ଅପରାହ୍ନ ୧୨.୩୫ ବେଳେ ସହକାରୀ ପୋଲିସ ସବ୍‌ଇନ୍‌ସପେକ୍ଟର ଗୋପାଳ ଦାସ ତତ୍‌କାଳୀନ ସ୍ବାସ୍ଥ୍ୟମନ୍ତ୍ରୀ ନବ କିଶୋର ଦାସଙ୍କ ଉପରକୁ ଗୁଳି ଚଳାଇ ଥିଲେ। ଗୋପାଳ ଦାସ ତାଙ୍କ ସର୍ଭିସ ପିସ୍ତଲରୁ ଗୁଳି ଚଳାଇଥିଲେ । ଆମର ସମସ୍ତ ଉଦ୍ୟମ ସତ୍ତ୍ବେ ନବକିଶୋର ଦାସଙ୍କ ଜୀବନ ରକ୍ଷା ହୋଇପାରିଲା ନାହିଁ । ଏହି ଘଟଣାଟି ଏକ ଅତ୍ୟନ୍ତ ସମ୍ବେଦନଶୀଳ ଘଟଣା ହୋଇଥିବାରୁ ଏହାର ତଦନ୍ତ ଦାୟିତ୍ବ ତୁରନ୍ତ କ୍ରାଇମ ବ୍ରାଞ୍ଚକୁ ଅର୍ପଣ କରାଯାଇଥିଲା । ତଦନ୍ତରେ ସ୍ବଚ୍ଛତାକୁ ସୁନିଶ୍ଚିତ କରିବା ପାଇଁ ରାଜ୍ୟ ସରକାର ହାଇକୋର୍ଟଙ୍କୁ ଜଣେ କାର୍ଯ୍ୟରତ/ଅବସରପ୍ରାପ୍ତ ହାଇକୋର୍ଟ ଜଜ୍‌ଙ୍କୁ ମନୋନୀତ କରି ଏହି କେସ୍‌ର ତଦନ୍ତ କାର୍ଯ୍ୟ ତଦାରଖ କରିବା ପାଇଁ ଅନୁରୋଧ କରିଥିଲେ ।

ହାଇକୋର୍ଟ ଏହି ତଦନ୍ତ କାର୍ଯ୍ୟ ତଦାରଖ କରିବା ପାଇଁ ଅବସରପ୍ରାପ୍ତ ବିଚାରପତି ଜଷ୍ଟିସ ଜେ.ପି ଦାସଙ୍କୁ ମନୋନୀତ କରିଛନ୍ତି । ଏହି ଘଟଣାର ପୁଙ୍ଖାନୁପୁଙ୍ଖ ତଥା ବୈ‌ଜ୍ଞାନିକ ଅନୁସଂଧାନ କରି ସତ୍ୟକୁ ସାବ୍ୟସ୍ତ କରିବା ପାଇଁ କ୍ରାଇମ ବ୍ରାଞ୍ଚକୁ ନିର୍ଦ୍ଦେଶ ଦିଆଯାଇଛି । କ୍ରାଇମବ୍ରାଞ୍ଚ ଏଥିନିମନ୍ତେ ଦେଶର ଶ୍ରେଷ୍ଠ ଫୋରେନସିକ ବିଶେଷଜ୍ଞ ମାନଙ୍କର ସହାୟତା ନେଇଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଟେଲିଗ୍ରାମ ଉପରେ ସରକାରୀ ବ୍ୟାନ ବଜାୟ ରଖିଲେ ହାଇକୋର୍ଟ 🔴 ବାବୁଙ୍କ ଘରୁ ମିଳିଲାଣି ଅଧାକିଲୋ ସୁନା 🔴 ପୁଣି ରାଜନୀତିକୁ ନେଇ ମନ୍ତବ୍ୟ ଦେଲେ ପାଣ୍ଡିଆନ 🔴 ଆଜି ଆସୁଛନ୍ତି ରାଷ୍ଟ୍ରପତି 🔴 ସମ୍ବଲପୁରରେ ଶୀତଳଷଷ୍ଠୀର ଧୁମ୍ 🔴 ଆସନ୍ତାକାଲି ଓଡିଶା ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ 🔴 ଅନୁଗୁଳରେ ଡବଲ ଏନକାଉଣ୍ଟର 🔴 ଆସନ୍ତା ୨୨ ତାରିଖ ଯାଏଁ ପ୍ରବଳ ଛେଚିବ 🔴 ୪୦୨ରନ୍ ଭାରତକୁ ବିଜୟ ଦେଇପାରେ 🔴 ପାଠ୍ୟପୁସ୍ତକ ପ୍ରସ୍ତୁତି କର୍ତ୍ତା ଓଡ଼ିଶା ଓ ଓଡ଼ିଆ ବୁଝନ୍ତି ତ? 🔴 ଟେଲିଗ୍ରାମ ଉପରେ ସରକାରୀ ବ୍ୟାନ ବଜାୟ ରଖିଲେ ହାଇକୋର୍ଟ 🔴 ବାବୁଙ୍କ ଘରୁ ମିଳିଲାଣି ଅଧାକିଲୋ ସୁନା 🔴 ପୁଣି ରାଜନୀତିକୁ ନେଇ ମନ୍ତବ୍ୟ ଦେଲେ ପାଣ୍ଡିଆନ 🔴 ଆଜି ଆସୁଛନ୍ତି ରାଷ୍ଟ୍ରପତି 🔴 ସମ୍ବଲପୁରରେ ଶୀତଳଷଷ୍ଠୀର ଧୁମ୍ 🔴 ଆସନ୍ତାକାଲି ଓଡିଶା ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ 🔴 ଅନୁଗୁଳରେ ଡବଲ ଏନକାଉଣ୍ଟର 🔴 ଆସନ୍ତା ୨୨ ତାରିଖ ଯାଏଁ ପ୍ରବଳ ଛେଚିବ 🔴 ୪୦୨ରନ୍ ଭାରତକୁ ବିଜୟ ଦେଇପାରେ 🔴 ପାଠ୍ୟପୁସ୍ତକ ପ୍ରସ୍ତୁତି କର୍ତ୍ତା ଓଡ଼ିଶା ଓ ଓଡ଼ିଆ ବୁଝନ୍ତି ତ?