‘ଗୋଁଣ୍ଡୱାନା ଛକକୁ ବିପ୍ଲବୀଙ୍କ ନାମରେ ନାମିତ କର’

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ଝାରସୁଗୁଡାର ଗୋଁଣ୍ଡୱାନା ଛକକୁ ‘ବୀର କରୁଣାକର ସିଂହ ନାଏକ ଛକ’ ନାମରେ ନାମିତ କରିବା ପାଇଁ ଅନୁରୋଧ କଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ଗତ ୧୧ରେ ‘ଅଖିଳ ଭାରତୀୟ ଗୋଁଣ୍ଡୱାନା ଗୋଁଣ୍ଡ ମହାସଭା’ର ରାଷ୍ଟ୍ରୀୟ ଅଧିବେଶନରେ ଯୋଗଦେଇ ରାଜ୍ୟ ସରକାରଙ୍କୁ ଏହି ପ୍ରସ୍ତାବ ଦେବା ନେଇ ମତ ରଖିଥିଲେ କେନ୍ଦ୍ରମନ୍ତ୍ରୀ । ‘ବୀର କରୁଣାକର ସିଂହ ନାଏକ ଛକ’ ନାମରେ ନାମିତ ହେଲେ ମହାନାୟକଙ୍କ ପ୍ରତି ପ୍ରକୃତ ଶ୍ରଦ୍ଧାଞ୍ଜଳି ହେବ । ଝାରସୁଗୁଡ଼ାବାସୀ ଏବଂ ଗୋଁଣ୍ଡ ସମାଜ ପ୍ରତି ଉପଯୁକ୍ତ ସମ୍ମାନ ମିଳିବ । ଭାରତୀୟ ମୁକ୍ତି ସଂଗ୍ରାମରେ ଗଣ୍ଡ ସମାଜର ତ୍ୟାଗ ଏବଂ ବଳିଦାନ ଅବିସ୍ମରଣୀୟ । ଜନଜାତି ସଂଗ୍ରାମୀଙ୍କୁ ସର୍ବଭାରତୀୟ ପାଠ୍ୟଖସଡ଼ାରେ ସ୍ଥାନ ଦେବା ପାଇଁ ଆମେ ବଦ୍ଧପରିକର ।

ଶ୍ରୀ ପ୍ରଧାନ ପତ୍ରରେ ଉଲ୍ଲେଖ କରିଛନ୍ତି ଯେ ଓଡ଼ିଶାର ଐତିହାସିକ, ସାମାଜିକ ଓ ସାଂସ୍କୃତିକ ବ୍ୟବସ୍ଥାରେ ଜନଜାତି ସମୁଦାୟର ପ୍ରତିନିଧିତ୍ୱ କାହିଁ କେଉଁ କାଳରୁ ରହିଆସିଛି । ଜନଜାତିକୁ ବାଦ୍ ଦେଇ ଓଡ଼ିଆ ସଭ୍ୟତାର ପରିକଳ୍ପନା ଅସମ୍ଭବ । ଜଗତର ନାଥ ଶ୍ରୀଜଗନ୍ନାଥଙ୍କର ଜନଜାତୀୟ ମୂଳକୁ ମନେ ପକାଇ ଓଡ଼ିଆ ଜାତି ସବୁବେଳେ ଗର୍ବ କରିଆସିଛି । ଏହି କାରଣରୁ ହିଁ ଓଡ଼ିଶାର ଶାସକଶ୍ରେଣୀ କାଳେକାଳେ ଜନଜାତି ଭାଇଭଉଣୀମାନଙ୍କୁ ଆପଣା ପ୍ରଜାଠାରୁ ବି ଅଧିକ ବୋଲି ମଣିଆସିଛନ୍ତି । ଏହି କ୍ରମରେ ଝାରସୁଗୁଡ଼ା କୋଲାବିରାର ଗୋଁଣ୍ଡ ଗଉଁତିଆ ଶହୀଦ କରୁଣାକର ସିଂହ ନାଏକ ଥିଲେ ଗୋଁଣ୍ଡ ସମୁଦାୟର ଅନ୍ୟତମ ସର୍ବମାନ୍ୟ ମୁଖିଆ ।

ପୃଥିବୀର ସର୍ବପୁରାତନ ଜନଜାତି ଭିତରୁ ଅନ୍ୟତମ ଏହି ଗୋଁଣ୍ଡ ସମୁଦାୟ ଓଡ଼ିଶା ସମେତ ସମଗ୍ର ମଧ୍ୟ-ଭାରତର ବିରାଟ ଭୂଖଣ୍ଡରେ ଶତାବ୍ଦୀ ଶତାବ୍ଦୀ ଧରି ରାଜୁତି କରି ଆସୁଛନ୍ତି । ରାଣୀ ଦୁର୍ଗାବତୀ, ଭଗବାନ ବିର୍ସା ମୁଣ୍ଡା, ଶହୀଦ ମାଧୋ ସିଂହ, ବୀର ସୁରେନ୍ଦ୍ର ସାଏ ପ୍ରମୁଖଙ୍କ ନେତୃତ୍ୱର ବୀରଗାଥା ଗୋଁଣ୍ଡ ଜନଜାତି ତଥା ସମସ୍ତ ଭାରତୀୟଙ୍କୁ ଗର୍ବ କରିବାକୁ ବାଧ୍ୟ କରେ । ଗୋଁଣ୍ଡୱାନା ଛକକୁ ବିପ୍ଳବୀ ବୀର ତଥା ଶହୀଦ କରୁଣାକର ସିଂହ ନାଏକଙ୍କ ନାଁରେ ନାମିତ କରାଗଲେ ଏହି ମହାନାୟକଙ୍କ ପ୍ରତି ପ୍ରକୃତ ଶ୍ରଦ୍ଧାଞ୍ଜଳି ହେବ । ଝାରସୁଗୁଡ଼ାବାସୀ ଏବଂ ଗୋଁଣ୍ଡ ସମାଜ ପ୍ରତି ଉପଯୁକ୍ତ ସମ୍ମାନ ମିଳିବ ।

ଶ୍ରୀ ପ୍ରଧାନ ପତ୍ରରେ ଉଲ୍ଲେଖ କରିଛନ୍ତି ଯେ ଭାରତୀୟ ମୁକ୍ତି ସଂଗ୍ରାମରେ ଗଣ୍ଡ ସମାଜର ତ୍ୟାଗ ଏବଂ ବଳିଦାନ ଅବିସ୍ମରଣୀୟ । ଆମେ ଯେତେବେଳେ ଦେଶ ସ୍ୱାଧୀନତାର ଅମୃତ ମହୋତ୍ସବ ପାଳନ କରୁଅଛେ, ଜନଜାତି ସମାଜର ସଂଗ୍ରାମୀ ବୀର–ବୀରାଙ୍ଗନାମାନଙ୍କର ଅକୁହା-ଅଲେଖା କଥା-କାହାଣୀଗୁଡ଼ିକୁ ଲୋକଲୋଚନକୁ ଆଣିବାର ଗୁରୁଦାୟିତ୍ୱ ବି ଆମେ ତୁଲାଉଛେ । ଓଡ଼ିଶାର, ବିଶେଷ କରି ପଶ୍ଚିମାଞ୍ଚଳର ଜନଜାତି ଅଧିନାୟକମାନଙ୍କୁ ସର୍ବଭାରତୀୟ ପାଠ୍ୟଖସଡ଼ାରେ ଯଥାସ୍ଥାନ ଦେବା ନିମନ୍ତେ ଆମେ ବଦ୍ଧପରିକର ବୋଲି କେନ୍ଦ୍ରମନ୍ତ୍ରୀ ପତ୍ରରେ ଉଲ୍ଲେଖ କରିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’