Masthead

ବିରୋଧୀ ଜାଣିବା ଦରାକର କିଏ ହେବେ ପ୍ରଧାନମନ୍ତ୍ରୀ : ଶତ୍ରୁଘ୍ନ ସିହ୍ନା

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ):  ଆସନ୍ତା ବର୍ଷ ହେବ ଲୋକସଭା ନିର୍ବାଚନ । ଏବେ ଠାରୁ ବିରୋଧୀ ଦଳ ଭାଜପା ବିରୋଧରେ ଏକଜୁଟ ହେବାକୁ ଚେଷ୍ଟା କରୁଛନ୍ତି। ବର୍ତ୍ତମାନ ଟିଏମସି ଏମ୍‌ପି ଶତ୍ରୁଘ୍ନ ସିହ୍ନା ଏ ସମ୍ପର୍କରେ ଏକ ବଡ଼ ବିବୃତ୍ତି ଦେଇଛନ୍ତି। ସେ କହିଛନ୍ତି ଯେ ଆମେ ଦୀର୍ଘ ଦିନ ଧରି ଶୁଣୁଛୁ ଯେ ପରବର୍ତ୍ତୀ ନେତା କିଏ ହେବେ? ନେହେରୁ ପ୍ରଧାନମନ୍ତ୍ରୀ ଥିବାବେଳେ ମଧ୍ୟ ଲୋକମାନେ ସମାନ ପ୍ରଶ୍ନ ପଚାରିଥିଲେ କିନ୍ତୁ ଏସବୁ ଭିତ୍ତିହୀନ। କିଏ ପ୍ରଧାନମନ୍ତ୍ରୀ ହେବେ ତାହା ବିରୋଧୀ ଜାଣିବା ଜରୁରୀ। ସେ ଟିଏମସି ଅଧ୍ୟକ୍ଷା ତଥା ପଶ୍ଚିମବଙ୍ଗର ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କୁ ଜଣେ ପରୀକ୍ଷିତ ନେତା ବୋଲି କହିଛନ୍ତି।

ଭାଜପା ଏବଂ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ସମାଲୋଚନା କରି ସେ କହିଛନ୍ତି ଯେ ଲାଗୁଛି ଯେ ମୋର ବନ୍ଧୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତାଙ୍କ ଭଲ ଦିନ ସମାପ୍ତ ହୋଇଛି। ସେ ଅଭିଯୋଗ କରିଛନ୍ତି ଯେ ଭାଜପା ଓ୍ବାନ ମ୍ୟାନ ଶୋ ଟୁ ମ୍ୟାନ ଆର୍ମି ପାଲଟିଛି। ରାହୁଲ ଗାନ୍ଧୀଙ୍କୁ ମୁଁ ଜଣେ ଦକ୍ଷ ନେତା ଭାବରେ ବିବେଚନା କରେ କିନ୍ତୁ କିଏ ବିରୋଧୀ ଦଳର ନେତୃତ୍ୱ ନେବେ ସେନେଇ ଆଲୋଚନା ହେବା ଉଚିତ ବୋଲି ସେ କହିଛନ୍ତି। ସେ ବିହାର ମୁଖ୍ୟମନ୍ତ୍ରୀ ନୀତୀଶ କୁମାରଙ୍କୁ ମଧ୍ୟ ପ୍ରଶଂସା କରିଛନ୍ତି କିନ୍ତୁ ପ୍ରଧାନମନ୍ତ୍ରୀ ପଦବୀ ପାଇଁ ନୀତୀଶ ନିଜେ ନିଜକୁ ଦୂରେଇ ରଖିଛନ୍ତି ବୋଲି କହିଛନ୍ତି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି