Masthead

କାଳ ହେଲା ପ୍ରେମ

ବଲାଙ୍ଗୀର (ବଡ଼ ଖବର ବ୍ୟୁରୋ): ପ୍ରେମ ହେଲା କାଳ । ଚାଲିଗଲା ଦୁଇଜଣ ପ୍ରେମିକଙ୍କ ଜୀବନ । ବଲାଙ୍ଗୀର ଜିଲ୍ଲାରୁ ଆସିଛି ଏଭଳି ଦୁଃଖଦ ଘଟଣା । ଜଣଙ୍କ ମୃତଦେହ ରେଳ ଧାରଣାରୁ ଉଦ୍ଧାର ହୋଇଥିବା ବେଳେ ଅନ୍ୟଜଣଙ୍କ ମୃତଦେହକୁ ଝୁଲନ୍ତା ଅବସ୍ଥାରେ ଉଦ୍ଧାର କରିଛି ପୋଲିସ । ମୃତକଙ୍କ ମଧ୍ୟରୁ ଜଣେ ରାମନଗରପଡା ଆନନ୍ଦ ତାଣ୍ଡି ହୋଇଥିବା ବେଳେ ଅନ୍ୟଜଣେ ଲୋଇସିଂହା ଥାନା ଅଞ୍ଚଳର ସହଦେବ ସାହୁ । ଗୋଟିଏ ଦିନରେ ଦୁଇ ଦୁଇଟି ଘଟଣାକୁ ନେଇ ସ୍ଥାନୀୟ ଅଞ୍ଚଳରେ ଚର୍ଚ୍ଚା ଜୋର ଧରିଛି । ମୃତ୍ୟୁର କାରଣ ଏଯାବତ ସ୍ପଷ୍ଠ ହୋଇନଥିବା ବେଳେ ପରିବାର ଲୋକେ ହତ୍ୟା କରାଯାଇଥିବା ଅଭିଯୋଗ କରିଛନ୍ତି ।

କଣ୍ଟାବାଞ୍ଜି ନିକଟସ୍ଥ କୁକୁରାହାଡ଼ ରେଳ ଧାରଣା ଉପରୁ ଆନନ୍ଦଙ୍କ ଖଣ୍ଡ ବିଖଣ୍ଡିତ ମୃତଦେହ ଉଦ୍ଧାର କରାଯାଇଥିଲା । ମୃତଦେହ ପାଖରେ ଏକ ଧାରୁଆ ଅସ୍ତ୍ର ପଡିରହିଥିଲା । ପୋଲିସ ପ୍ରାଥମିକ ତଦନ୍ତରୁ ଅନୁମାନ କରିଛି କି ତାଙ୍କୁ ହତ୍ୟା କରାଯାଇଛି । ସେପଟେ ପରିବାର ଲୋକେ ମଧ୍ୟ ସମାନ ଅଭିଯୋଗ କରିଛନ୍ତି । ପ୍ରେମଜନିତ କାରଣରୁ ତାଙ୍କୁ କେହି ହତ୍ୟା କରିଥିବା କହିଛନ୍ତି । ଘଟଣାସ୍ଥଳରେ ଜିଆରପି ପୋଲିସ ତଦନ୍ତ ଜାରି ରଖିଛି ।

ସହଦେବଙ୍କ ମୃତଦେହକୁୁ ଝୁଲନ୍ତା ଅବସ୍ଥାରେ ଉଦ୍ଧାର କରିଛି ପୋଲିସ । ତାଙ୍କ ପାଦ ଭୁଇଁରେ ଲାଗିଥିବା ବେଳେ କେମିତି ଆତ୍ମହତ୍ୟା କଲେ ତାହା ସମସ୍ତଙ୍କୁ ଚକିତ କରିଛି । ପରିବାର ଲୋକେ ଅଭିଯୋଗ କରିଛନ୍ତି ଯେ କେହି ହତ୍ୟା କରିବା ପରେ ଆତ୍ମହତ୍ୟାର ରୂପଦେବା ଲାଗି ରଶିରେ ଟଙ୍ଗାଇ ଦେଇଥିବା ଅଭିଯୋଗ କରିଛନ୍ତି ପରିବାର ଲୋକେ । ପୋଲିସ ମାମଲା ରୁଜୁ କରି ତଦନ୍ତ ଜାରି ରଖିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ