Masthead

ଫେରିବାବେଳେ ବାଟରେ ଜଗିଥିଲା ଯମ, ନେଇଗଲା ୧୧ ଜୀବନ

ନୂଆଦିଲ୍ଲୀ(ବଡ଼ ଖବର ବ୍ୟୁରୋ): ଛତିଶଗଡ଼ରେ ଏକ ଭୟଙ୍କର ସଡ଼କ ଦୁର୍ଘଟଣା । ଦୁର୍ଘଟଣାରେ ୧୧ ଜଣଙ୍କ ଜୀବନ ଚାଲିଯାିଇଥିବାବେଳେ ଏଥିସହିତ ୨୦ ଜଣ ଯାତ୍ରୀ ଆହତ ମଧ୍ୟ ହୋଇଛନ୍ତି । ସୂଚନା ମୁତାବକ, ଛତିଶଗଡ଼ରେ ଏକ ଭୟଙ୍କର ସଡ଼କ ଦୁର୍ଘଟଣା ଘଟି ୧୧ ଜଣ ଲୋକ ପ୍ରାଣ ହରାଇଛନ୍ତି । ଏଥିସହିତ ୨୦ ଜଣ ଯାତ୍ରୀ ଆହତ ହୋଇଛନ୍ତି । ସମସ୍ତ ଆହତଙ୍କୁ ଚିକିତ୍ସା ନିମନ୍ତେ ଭାଟାପାରା ଓ ବଲୌଦା ବଜାର ହସ୍ପିଟାଲରେ ଭର୍ତ୍ତି କରାଯାଇଛି ।

ଭାଟାପାରାରେ ବିଳମ୍ବିତ ରାତ୍ରିରେ ଟ୍ରକ-ପିକଅପ ମଧ୍ୟରେ ଧକ୍କା ହେବା କାରଣରୁ ଏହି ଦୁର୍ଘଟଣା ଘଟିଥିଲା । ଭାଟାପାରା ଗ୍ରାମୀଣ ଥାନା ଅଞ୍ଚଳରେ ଏହି ଦୁର୍ଘଟଣା ଘଟିଥିବା ଜଣାପଡ଼ିଛି । ଏକ୍ ପାରିବାରିକ କାର୍ଯ୍ୟକ୍ରମ ସାରି ଫେରୁଥିବା ପିକଅପକୁ ଦ୍ରୁତଗତିରେ ଆସୁଥିବା ଟ୍ରକ ଧକ୍କା ଦେଇଥିଲା । ମୃତକଙ୍କ ମଧ୍ୟରେ କିଛି ଶିଶୁ ରହିଥିବା ବେଳେ ପୀଡ଼ିତମାନେ ପରସ୍ପର ସମ୍ପର୍କୀୟ ବୋଲି କୁହାଯାଉଛି । ଖବର ପାଇ ଏସଆଇ ସଞ୍ଜିବ ସିଂହ ରାଜପୁର ଘଟଣାସ୍ଥଳରେ ପହଞ୍ଚିଥିଲେ । ଏହାପରେ ଆହତ ଓ ମୃତକଙ୍କ ଉଦ୍ଧାର କାର୍ଯ୍ୟ ଆରମ୍ଭ ହୋଇଥିଲା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗୋପାଳପୁର ଗଣଦୁଷ୍କର୍ମ, କଂଗ୍ରେସର ଉଦବେଗ 🔴 ଏକ ବର୍ଷର ରିପୋର୍ଟ କାର୍ଡକୁ ତାଛଲ୍ୟ କଲେ ପୂର୍ବତନ ପିସିସି ସଭାପତି 🔴 ଉଛୁଳିଲା ନଈ, ବୁଡ଼ିଲା ଗାଁ 🔴 ୩ ଦିନ କାଁ ଭାଁ ଘଡ଼ଘଡ଼ି ସହ ବର୍ଷା 🔴 ସୁସ୍ଥ ଜୀବନ ପାଇଁ ଦରକାର ଯୋଗ 🔴 ବିକଶିତ ଓଡ଼ିଶାର ମୁଖ୍ୟ ଶକ୍ତି : ଲକ୍ଷପତି ଦିଦି 🔴 ବଟି ମାଗି ବିଜେଡି ନେତା ଗିରଫ 🔴 ଟ୍ରାଫିକ ଜାମରେ ଫସିଲା ଆମ୍ବୁଲାନ୍ସ, ରୋଗୀ ଛଟପଟ 🔴 ରାଜ୍ୟରେ ଆଜିଠୁ ଖୋଲିବ ସ୍କୁଲ 🔴 ପୁଣି ଆସୁଛି ଆଉ ଏକ ଲଘୁଚାପ 🔴 ଗୋପାଳପୁର ଗଣଦୁଷ୍କର୍ମ, କଂଗ୍ରେସର ଉଦବେଗ 🔴 ଏକ ବର୍ଷର ରିପୋର୍ଟ କାର୍ଡକୁ ତାଛଲ୍ୟ କଲେ ପୂର୍ବତନ ପିସିସି ସଭାପତି 🔴 ଉଛୁଳିଲା ନଈ, ବୁଡ଼ିଲା ଗାଁ 🔴 ୩ ଦିନ କାଁ ଭାଁ ଘଡ଼ଘଡ଼ି ସହ ବର୍ଷା 🔴 ସୁସ୍ଥ ଜୀବନ ପାଇଁ ଦରକାର ଯୋଗ 🔴 ବିକଶିତ ଓଡ଼ିଶାର ମୁଖ୍ୟ ଶକ୍ତି : ଲକ୍ଷପତି ଦିଦି 🔴 ବଟି ମାଗି ବିଜେଡି ନେତା ଗିରଫ 🔴 ଟ୍ରାଫିକ ଜାମରେ ଫସିଲା ଆମ୍ବୁଲାନ୍ସ, ରୋଗୀ ଛଟପଟ 🔴 ରାଜ୍ୟରେ ଆଜିଠୁ ଖୋଲିବ ସ୍କୁଲ 🔴 ପୁଣି ଆସୁଛି ଆଉ ଏକ ଲଘୁଚାପ