Masthead

ତୁର୍କୀ ଭୂମିକମ୍ପ, ୫୦ ହଜାର ଟପିଲା ମୃତ୍ୟୁସଂଖ୍ୟା

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଚଳିତ ମାସ ଆରମ୍ଭରେ ତୁର୍କୀ ଏବଂ ସିରିଆରେ ହୋଇଥିବା ଭୟଙ୍କର ଭୂମିକମ୍ପରେ ମୃତ୍ୟୁସଂଖ୍ୟା ୫୦,୦୦୦ ଟପିଛି । ତୁର୍କୀରେ ହିଁ ୪୪,୨୦୦ରୁ ଅଧିକ ଲୋକଙ୍କ ମୃତ୍ୟୁ ହୋଇଥିବାବେଳେ ସିରିଆରେ ୬,୦୦୦ ରୁ ଊର୍ଦ୍ଧ୍ବ ଲୋକଙ୍କ ଜୀବନ ଯାଇଛି । ଫେବୃଆରୀ ୬ ରେ ହୋଇଥିଲା ତୁର୍କୀ ଏବଂ ସିରିଆରେ ଦୁଇଟି ଶକ୍ତିଶାଳୀ ଭୂକମ୍ପ । ଏହି ଭୟଙ୍କର ଭୂକମ୍ପ ସବୁକିଛି ଛାରଖାର କରିଦେଇଛି ତୁର୍କୀକୁ ।

ଭୂକମ୍ପ ଯୋଗୁଁ ଘର ହରାଇ ଦେଇଥିବା ୧୫ ଲକ୍ଷ ଲୋକଙ୍କ ପାଇଁ ଘର ନିର୍ମାଣ ଯୋଜନା ଆରମ୍ଭ ହୋଇଛି। ସେପଟେ ତୁର୍କୀ ରାଷ୍ଟ୍ରପତି ତାୟିପ ଏର୍ଡୋଗାନ ବର୍ଷକ ମଧ୍ୟରେ ସବୁ ଘର ପୁନଃନିର୍ମାଣ ପାଇଁ ପ୍ରତିଶ୍ରୁତି ଦେଇଛନ୍ତି। ତୁର୍କୀ ସରକାରଙ୍କ ପ୍ରଥମ ଯୋଜନା ହେଉଛି ୨ ଲକ୍ଷ ଆପାର୍ଟମେଣ୍ଟ୍‌ ଏବଂ ୭୦ ହଜାର ଘର ନିର୍ମାଣ କରିବା। ଏଥିପାଇଁ ଆନୁମାନିକ ୧୫ ବିଲିଅନ ଡଲାର ଖର୍ଚ୍ଚ‌ ହେବ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ