Masthead

ପୁଣି ଜଣେ କାଶ୍ମୀର ପଣ୍ଡିତଙ୍କୁ ଗୁଳି କରି ହତ୍ୟା

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଜାମ୍ମୁ-କାଶ୍ମୀରରେ ଆତଙ୍କ ରାଜ୍ । ପୁଣି ଜଣେ କାଶ୍ମୀର ପଣ୍ଡିତଙ୍କୁ ଗୁଳି କରି ହତ୍ୟା କରାଯାଇଛି । ଆତଙ୍କବାଦୀମାନେ ପୁଣି ଥରେ କାଶ୍ମୀରର ପୁଲୱାମାକୁ ଟାର୍ଗେଟ କରିଛନ୍ତି। ମୃତ ପଣ୍ଡିତ ହେଲେ ସଞ୍ଜୟ ଶର୍ମା । ତାଙ୍କ ଉପରକୁ ଗୁଳି ଚଳାଇ ଆତଙ୍କବାଦୀମାନେ ସେଠାରୁ ଫେରାର ହୋଇଯାଇଥିଲେ । ସଞ୍ଜୟ ଶର୍ମାଙ୍କୁ ନିକଟସ୍ଥ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା, ସେଠାରେ ତାଙ୍କର ମୃତ୍ୟୁ ହୋଇଛି । ସୂଚନାନୁସାରେ, ପୁଲୱାମାର ଆଚାନ ଅଞ୍ଚଳର ବାସିନ୍ଦା ସଞ୍ଜୟ ଶର୍ମା କୌଣସି କାମ ପାଇଁ ରବିବାର ବଜାରକୁ ଯାଇଥିଲେ। ଏହି ସମୟରେ ଆତଙ୍କବାଦୀମାନେ ସେମାନଙ୍କ ଉପରେ ଆକ୍ରମଣ କରିଥିଲେ।

ସଞ୍ଜୟ ଶର୍ମାଙ୍କ ମୃତ୍ୟୁ ପରେ ପୋଲିସ ଏବଂ ସୁରକ୍ଷା ବାହିନୀ ସ୍ଥାନୀୟ ଅଞ୍ଚଳକୁ ଘେରି ରହିଛନ୍ତି। ଆତଙ୍କବାଦୀଙ୍କୁ ଖୋଜିବାକୁ ସର୍ଚ୍ଚ ଅପରେସନ୍ ଜାରି ରହିଛି । ଏହାପୂର୍ବରୁ ଶୁକ୍ରବାର ରାତିରେ ଆତଙ୍କବାଦୀମାନେ ଅନନ୍ତନାଗରେ ପୂର୍ବତନ ପଞ୍ଚ ଆସିଫ ଅଲିଙ୍କୁ ଟାର୍ଗେଟ କରିଥିଲେ। ନାମାଜ ସାରି ମସଜିଦରୁ ଫେରୁଥିବା ବେଳେ ଆତଙ୍କବାଦୀ ତାଙ୍କ ଉପରକୁ ଗୁଳି ଚଳାଇଥିଲେ। ଆହତ ଅବସ୍ଥାରେ ତାଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ଆହତଙ୍କ ପିତା ଅଲି ମହମ୍ମଦ ଗଣାଇ ପୋଲିସର ଜଣେ ହେଡ କନଷ୍ଟେବଳ ଥିଲେ। ଆତଙ୍କବାଦୀମାନେ ତାଙ୍କୁ ମଧ୍ୟ ୨୯ ଜାନୁୟାରୀରେ ହତ୍ୟା କରିଥିଲେ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା