ଖାଦ୍ୟ ମନ୍ତ୍ରଣାଳୟର ଅତିରିକ୍ତ ଦାୟିତ୍ୱ ପାଇଲେ ପୀୟୂଷ ଗୋଏଲ

ନୂଆଦିଲ୍ଲୀ, (ବଡ଼ ଖବର ବ୍ୟୁରୋ): ଗତକାଲି ଅପରାହ୍ନରେ କେନ୍ଦ୍ରମନ୍ତ୍ରୀ ରାମବିଳାସ ପାଶୱାନଙ୍କ ମୃତ୍ୟୁପରେ ଖାଦ୍ୟ ଏବଂ ସାଧାରଣ ବଣ୍ଟନ ବିଭାଗର ଅତିରିକ୍ତ ଦାୟିତ୍ୱ୍ୱ ଅନ୍ୟତମ କେନ୍ଦ୍ରମନ୍ତ୍ରୀ ପୀୟୂଷ ଗୋଏଲଙ୍କୁ ଦିଆଯାଇଛି । ଏହାସହିତ ପୀୟୂଷ ଗୋଏଲ କେନ୍ଦ୍ର ରେଳ ଏବଂ ବାଣିଜ୍ୟ, ଉଦ୍ୟୋଗ ମନ୍ତ୍ରଣାଳୟର କ୍ୟାବିନେଟ ମନ୍ତ୍ରୀଭାବେ ମଧ୍ୟ ଦାୟିତ୍ୱ ତୁଲାଉଛନ୍ତି । ଗତକାଲି କେନ୍ଦ୍ରମନ୍ତ୍ରୀ ପାଶୱାନଙ୍କ ଅକାଳ ବିୟୋଗ ପରେ ସମଗ୍ର ରାଜନୀତି ଜଗତରେ ଶୋକର ଛାୟା ଖେଳିଯାଇଥିଲା । କରୋନା ମହାମାରୀ ସମୟରେ ଏହି ବିଭାଗର ଗୁରୁତ୍ୱ ଅଧିକ ଥିବାବେଳେ ଏହି ବିଭାଗର ଅତିରିକ୍ତ ଦାୟିତ୍ୱ କେନ୍ଦ୍ରମନ୍ତ୍ରୀ ପୀୟୂଷ ଗୋଏଲଙ୍କୁ ପ୍ରଦାନ କରାଯାଇଛି ।

ଉଲ୍ଲେଖଯୋଗ୍ୟ, ରାମବିଳାସ ପାଶୱାନ ଦୀର୍ଘ ଦିନ ଧରି ରୋଗରେ ଆକ୍ରାନ୍ତ ହୋଇ ଦିଲ୍ଲୀର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସିତ ହେଉଥିଲେ । ଗତ କାଲି ଅପରାହ୍ନରେ ସେ ୭୪ ବର୍ଷ ବୟସରେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି । ତାଙ୍କର ଏପରି ଅକାଳ ବିୟୋଗରେ ଖାଦ୍ୟ ଯୋଗାଣ ବିଭାଗର ଅତିରିକ୍ତ ଦାୟିତ୍ୱ ପୀୟୂଷ ଗୋଏଲଙ୍କୁ ପ୍ରଦାନ କରାଯାଇଛି ।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ବଙ୍ଗୋପସାଗରରେ ବଳ ଗୋଟାଉଛି ବାତ୍ୟା 🔴 ତିଦ୍ଦତରେ ପୁଣି ଭୂକମ୍ପ ଝଟକା 🔴 ସର୍ଭେ ହୋଇନଥିବା ତିନି ଗାଁରେ ନିର୍ବାଚନ କରିବ ଆନ୍ଧ୍ର! 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ବଙ୍ଗୋପସାଗରରେ ବଳ ଗୋଟାଉଛି ବାତ୍ୟା 🔴 ତିଦ୍ଦତରେ ପୁଣି ଭୂକମ୍ପ ଝଟକା 🔴 ସର୍ଭେ ହୋଇନଥିବା ତିନି ଗାଁରେ ନିର୍ବାଚନ କରିବ ଆନ୍ଧ୍ର!