Masthead

ବିଧାୟକ ଓ ପୁଲିସ ଉପସ୍ଥିତିରେ ଜିଲ୍ଲା ପରିଷଦ ସଭ୍ୟାଙ୍କୁ ଆକ୍ରମଣ

ଅନୁଗୁଳ(ବଡ଼ ଖବର ବ୍ୟୁରୋ): ଦୁଇ ଗୋଷ୍ଠୀ ହାତାହାତି । ଜିଲ୍ଲା ପରିଷଦ ସଭ୍ୟାଙ୍କୁ ମାଡ଼ ଅଭିଯୋଗ । ଅନୁଗୁଳ ଜିଲ୍ଲାପାଳଙ୍କ କାର୍ୟ୍ୟାଳୟ ପରିସରରେ ଜଣେ ଜିଲ୍ଲା ପରିଷଦ ସଭ୍ୟାଙ୍କୁ ମାଡ଼ ମାରିବା ଏବଂ ଉଭୟ ପକ୍ଷ ହାତାହାତି ହେବା ଘଟଣା ଚର୍ଚ୍ଚାର ବିଷୟ ପାଲଟିଛି । ତାଳଚେର ବ୍ଲକର ଘଣ୍ଟପଡ଼ା ଓ ଟେଣ୍ଟୋଲୋଇ ଗାଁ ମଧ୍ୟସ୍ଥଳରେ କୋଲ୍ ୱାସରିକୁ ନେଇ ତାଳଚେର ଅଞ୍ଚଳରେ ତିନିଦିନ ହେଲା ଆନ୍ଦୋଳନ ଚାଲିଥିଲା। ସୋମବାର ଜିଲ୍ଲାପାଳଙ୍କ କାର୍ୟ୍ୟାଳୟ ପ୍ରକୋଷ୍ଠରେ ଜିଲ୍ଶାପାଳ ସିଦ୍ଧାର୍ଥ ଶଙ୍କର ସ୍ବାଇଁଙ୍କ ସହ ତାଳଚେର ବିଧାୟକ ବ୍ରଜକିଶୋର ପ୍ରଧାନଙ୍କ ଉପସ୍ଥିତିରେ ସପକ୍ଷବାଦୀ ଓ ବିପକ୍ଷବାଦୀଙ୍କ ଭିତରେ ବୈଠକ ହୋଇଥିଲା ।

ଏହି ସମୟରେ ଜିଲ୍ଲାପାଳଙ୍କ ପ୍ରକୋଷ୍ଠ ଆଗରେ ୨୧ ନଂ ଜିଲ୍ଲାପରିଷଦ ଜୋନର ସଭ୍ୟା ସତ୍ୟଭାମା ସାହୁଙ୍କୁ ଜଣେ ସପକ୍ଷବାଦୀ ଧକ୍କା ମାରିବା ସହ ଦୁର୍ବ୍ୟବହାର କରିଥିବାର ଅଭିଯୋଗ ହୋଇଛି। ଏହାକୁ ନେଇ ଜିଲ୍ଲାପାଳଙ୍କ କାର୍ୟ୍ୟାଳୟରେ ଉତ୍ତେଜନା ପ୍ରକାଶ ପାଇଥିଲା । କିଛି ସମୟ ପାଇଁ ଉଭୟ ପକ୍ଷଙ୍କ ମଧ୍ୟରେ ପାଟିତୁଣ୍ଡ ହେବା ସହ ହାତାହାତି ହୋଇଥିଲା । ତାଳଚେର ବିଧାୟକ ବ୍ରଜକିଶୋର ପ୍ରଧାନ ଓ ପୁଲିସ ଉପସ୍ଥିତିରେ ଏହି ଘଟଣା ଘଟିଥିଲା । ଏହାକୁ ନେଇ ଅନୁଗୋଳ ରାଜନୀତି ସରଗରମ ହୋଇଛି । ଜିଲ୍ଲା ପରିଷଦ ସଭ୍ୟା ସତ୍ୟଭାମା ସାହୁ ଅନୁଗୁଳ ଥାନାରେ ଲିଖିତ ଅଭିଯୋଗ କରିଛନ୍ତି । ରାକେଶ ପ୍ରଧାନ ତାଙ୍କୁ ମାରିଦେବା ଉଦେଶ୍ୟରେ ଆକ୍ରମଣ କରିଥିବା ଏଫ୍ଆଇଆରରେ ଉଲ୍ଲେଖ କରାଯାଇଛି । ପୁଲିସ ଏକ ମାମଲା ରୁଜୁକରି ଅଭିଯୋଗର ତଦନ୍ତ ଆରମ୍ଭ କରିଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ‘ନୂଆଖାଇ’ ପାଇଁ ଚଳଚଞ୍ଚଳ ପଶ୍ଚିମ ଓଡ଼ିଶା 🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ‘ନୂଆଖାଇ’ ପାଇଁ ଚଳଚଞ୍ଚଳ ପଶ୍ଚିମ ଓଡ଼ିଶା 🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ