Masthead

ବିଧାୟକ ଓ ପୁଲିସ ଉପସ୍ଥିତିରେ ଜିଲ୍ଲା ପରିଷଦ ସଭ୍ୟାଙ୍କୁ ଆକ୍ରମଣ

ଅନୁଗୁଳ(ବଡ଼ ଖବର ବ୍ୟୁରୋ): ଦୁଇ ଗୋଷ୍ଠୀ ହାତାହାତି । ଜିଲ୍ଲା ପରିଷଦ ସଭ୍ୟାଙ୍କୁ ମାଡ଼ ଅଭିଯୋଗ । ଅନୁଗୁଳ ଜିଲ୍ଲାପାଳଙ୍କ କାର୍ୟ୍ୟାଳୟ ପରିସରରେ ଜଣେ ଜିଲ୍ଲା ପରିଷଦ ସଭ୍ୟାଙ୍କୁ ମାଡ଼ ମାରିବା ଏବଂ ଉଭୟ ପକ୍ଷ ହାତାହାତି ହେବା ଘଟଣା ଚର୍ଚ୍ଚାର ବିଷୟ ପାଲଟିଛି । ତାଳଚେର ବ୍ଲକର ଘଣ୍ଟପଡ଼ା ଓ ଟେଣ୍ଟୋଲୋଇ ଗାଁ ମଧ୍ୟସ୍ଥଳରେ କୋଲ୍ ୱାସରିକୁ ନେଇ ତାଳଚେର ଅଞ୍ଚଳରେ ତିନିଦିନ ହେଲା ଆନ୍ଦୋଳନ ଚାଲିଥିଲା। ସୋମବାର ଜିଲ୍ଲାପାଳଙ୍କ କାର୍ୟ୍ୟାଳୟ ପ୍ରକୋଷ୍ଠରେ ଜିଲ୍ଶାପାଳ ସିଦ୍ଧାର୍ଥ ଶଙ୍କର ସ୍ବାଇଁଙ୍କ ସହ ତାଳଚେର ବିଧାୟକ ବ୍ରଜକିଶୋର ପ୍ରଧାନଙ୍କ ଉପସ୍ଥିତିରେ ସପକ୍ଷବାଦୀ ଓ ବିପକ୍ଷବାଦୀଙ୍କ ଭିତରେ ବୈଠକ ହୋଇଥିଲା ।

ଏହି ସମୟରେ ଜିଲ୍ଲାପାଳଙ୍କ ପ୍ରକୋଷ୍ଠ ଆଗରେ ୨୧ ନଂ ଜିଲ୍ଲାପରିଷଦ ଜୋନର ସଭ୍ୟା ସତ୍ୟଭାମା ସାହୁଙ୍କୁ ଜଣେ ସପକ୍ଷବାଦୀ ଧକ୍କା ମାରିବା ସହ ଦୁର୍ବ୍ୟବହାର କରିଥିବାର ଅଭିଯୋଗ ହୋଇଛି। ଏହାକୁ ନେଇ ଜିଲ୍ଲାପାଳଙ୍କ କାର୍ୟ୍ୟାଳୟରେ ଉତ୍ତେଜନା ପ୍ରକାଶ ପାଇଥିଲା । କିଛି ସମୟ ପାଇଁ ଉଭୟ ପକ୍ଷଙ୍କ ମଧ୍ୟରେ ପାଟିତୁଣ୍ଡ ହେବା ସହ ହାତାହାତି ହୋଇଥିଲା । ତାଳଚେର ବିଧାୟକ ବ୍ରଜକିଶୋର ପ୍ରଧାନ ଓ ପୁଲିସ ଉପସ୍ଥିତିରେ ଏହି ଘଟଣା ଘଟିଥିଲା । ଏହାକୁ ନେଇ ଅନୁଗୋଳ ରାଜନୀତି ସରଗରମ ହୋଇଛି । ଜିଲ୍ଲା ପରିଷଦ ସଭ୍ୟା ସତ୍ୟଭାମା ସାହୁ ଅନୁଗୁଳ ଥାନାରେ ଲିଖିତ ଅଭିଯୋଗ କରିଛନ୍ତି । ରାକେଶ ପ୍ରଧାନ ତାଙ୍କୁ ମାରିଦେବା ଉଦେଶ୍ୟରେ ଆକ୍ରମଣ କରିଥିବା ଏଫ୍ଆଇଆରରେ ଉଲ୍ଲେଖ କରାଯାଇଛି । ପୁଲିସ ଏକ ମାମଲା ରୁଜୁକରି ଅଭିଯୋଗର ତଦନ୍ତ ଆରମ୍ଭ କରିଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ପୁରୀ ହେବ ମହାନଗରନିଗମ : ମୋହନ ଚରଣ ମାଝୀ 🔴 ଭାରତ କେବଳ ପାକିସ୍ତାନ ନୁହଁ ବରଂ ୩ଟି ଦେଶକୁ ପରାସ୍ତ କରିଛି : ରାହୁଲ ଆର ସିଂହ 🔴 ଆମେରିକାରେ ପାସ୍ ହେଲା ‘ୱାନ୍ ବିଗ୍ ବିୟୁଟିଫୁଲ ବିଲ୍’ 🔴 TVK ପାର୍ଟିର ମୁଖ୍ୟମନ୍ତ୍ରୀ ଚେହେରା ହେବେ ଅଭିନେତା ବିଜୟ 🔴 ଗୁଣ୍ଡିଚା ମନ୍ଦିରରେ ମହାପ୍ରଭୁଙ୍କ ଆଜି ନବମୀ ସନ୍ଧ୍ୟା ଦର୍ଶନ 🔴 OAS ସଂଘ ଆନ୍ଦୋଳନ ପ୍ରତ୍ୟାହୃତ 🔴 ୪ ଜିଲ୍ଲାରେ ପ୍ରବଳ ବର୍ଷିବ ! 🔴 ପାକିସ୍ତାନ ସୀମା ଜଗିବ ଆପାଚି 🔴 ଭାରତ ଆସିବେ ପାକିସ୍ତାନ ଖେଳାଳି 🔴 ବନ୍ୟାପାଣି ଘେରରେ ଜୀବନ 🔴 ପୁରୀ ହେବ ମହାନଗରନିଗମ : ମୋହନ ଚରଣ ମାଝୀ 🔴 ଭାରତ କେବଳ ପାକିସ୍ତାନ ନୁହଁ ବରଂ ୩ଟି ଦେଶକୁ ପରାସ୍ତ କରିଛି : ରାହୁଲ ଆର ସିଂହ 🔴 ଆମେରିକାରେ ପାସ୍ ହେଲା ‘ୱାନ୍ ବିଗ୍ ବିୟୁଟିଫୁଲ ବିଲ୍’ 🔴 TVK ପାର୍ଟିର ମୁଖ୍ୟମନ୍ତ୍ରୀ ଚେହେରା ହେବେ ଅଭିନେତା ବିଜୟ 🔴 ଗୁଣ୍ଡିଚା ମନ୍ଦିରରେ ମହାପ୍ରଭୁଙ୍କ ଆଜି ନବମୀ ସନ୍ଧ୍ୟା ଦର୍ଶନ 🔴 OAS ସଂଘ ଆନ୍ଦୋଳନ ପ୍ରତ୍ୟାହୃତ 🔴 ୪ ଜିଲ୍ଲାରେ ପ୍ରବଳ ବର୍ଷିବ ! 🔴 ପାକିସ୍ତାନ ସୀମା ଜଗିବ ଆପାଚି 🔴 ଭାରତ ଆସିବେ ପାକିସ୍ତାନ ଖେଳାଳି 🔴 ବନ୍ୟାପାଣି ଘେରରେ ଜୀବନ